ଫାଇଦା ଉଠାଉଛନ୍ତି ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆ

ନୂଆଦିଲ୍ଲୀ,୧୩ା୫(ଆଇଏଏନ୍‌ଏସ୍‌): ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆମାନେ ନୋଭେଲ କରୋନା ଭାଇରସ୍‌ ସଙ୍କଟର ଫାଇଦା ଉଠାଇ ଅଧିକ ସକ୍ରିୟ ହୋଇଯାଇଛନ୍ତି ବୋଲି ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ସତର୍କ କରିଦେଇଛି। ଏନେଇ ସିବିଆଇ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପତ୍ର ଲେଖି ଅବଗତ କରାଯାଇଛି।
ସାରା ବିଶ୍ୱରେ କୋଭିଡ୍‌-୧୯ର ପ୍ରାଦୁର୍ଭାବ ବଢ଼ିବାରେ ଲାଗିଥିବାବେଳେ ଡ୍ରଗ୍‌ ଚାଲାଣ ମଧ୍ୟ ବୃଦ୍ଧି ପାଇଛି। ମାଫିଆମାନେ କରୋନା ପ୍ରୋଟେକ୍ଟିଭ୍‌ ଇକ୍ୱିପ୍‌ମେଣ୍ଟ ପରିବହନ ହେଉଥିବା ଜାହାଜ ଓ ଅନ୍ୟ ଯାନବାହନଗୁଡ଼ିକରେ ଡ୍ରଗ୍‌ ଚାଲାଣ କରୁଛନ୍ତି। ସାମ୍ପ୍ରତିକ ସ୍ଥିତିରେ ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆଙ୍କ କାରବାର ସମ୍ପର୍କରେ ଇଣ୍ଟରନ୍ୟାଶନାଲ ପୋଲିସ ଅର୍ଗାନାଇଜେଶନ (ଇଣ୍ଟରପୋଲ) ସିବିଆଇକୁ ସୂଚନା ଦେଇଛି। ଏହାକୁ ନେଇ ସିବିଆଇ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଓ ଅନ୍ୟ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକୁ ଆଲର୍ଟ କରାଇଛି। କୌଣସି ପ୍ରକାର ସନ୍ଦେହଜନକ ଗତିବିଧି ପରିଲକ୍ଷିତ ହେଲେ ସିବିଆଇକୁ ତୁରନ୍ତ ଅବଗତ କରିବା ପାଇଁ ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri