Posted inଅପରାଧ

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌

ବଇଣ୍ଡା,୨୦।୬(ଡି.ଏନ.ଏ.)-କିଶୋରନଗର ଥାନା ହିମିତିରା ଜଙ୍ଗଲ ନିକଟରୁ ଗୁରୁବାର ଅପରାହ୍ନରେ ଏକ ମାଇକ୍ରୋଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି।
ଘଟଣାରୁ ଜଣାପଡ଼ିଛି, ବଇଣ୍ଡାଠାରେ ସ୍ପନ୍ଦନା ମାଇକ୍ରୋଫାଇନାନ୍ସର କଲେକ୍ସନ କ୍ରେଡ଼ିଟ୍‌ ଆସିଷ୍ଟାଣ୍ଡ ମ୍ୟାନେଜର ବିଶ୍ୱାମିତ୍ର ମେହେର କିଶୋରନଗର ଅଞ୍ଚଳରୁ ଟଙ୍କା ସଂଗ୍ରହ କରି ବଇଣ୍ଡା ଅଭିମୁଖେ ଫେରୁଥିବାବେଳେ ହିମିତିରା ନିଛାଟିଆ ଜଙ୍ଗଲ ନିକଟରେ ୩ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଭୁଜାଲି ଦେଖାଇ ସଂଗ୍ରହ କରି ରଖିଥିବା ୩୧,୫୧୩ ଟଙ୍କା ଲୁଟି ନେଇ ବିଶ୍ୱାମିତ୍ର ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଖବରପାଇ ଆଠମଲ୍ଲିକ ଏସ୍‌ଡ଼ିପିଓ ଏସ. କରିମ ଘଟଣାସ୍ଥଳରେ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। କିଶୋରନଗର ଥାନା ଅଞ୍ଚଳରେ ଏକ ରାକେଟ ବାରମ୍ବାର ଲୁଟ୍‌ କରୁଥିଲେ ମଧ୍ୟ ପୋଲିସ ସେମାନଙ୍କ ପତ୍ତା ପାଇପାରୁ ନାହିଁ। ତୁରନ୍ତ ଏଥିପ୍ରତି ଅନୁଗୋଳ ଏସ୍‌ପି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri