ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍‌

ନିଆଳି,୫ା୧୦(ଡି.ଏନ୍‌.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟେରାମାନେ ଫେରାର ହେଉଥିବା ବେଳେ ଜଣେ ଲୁଟେରାଙ୍କୁ ଦୁଇ କର୍ମଚାରୀ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅନ୍ୟ ଦୁଇଜଣ ଟଙ୍କା ବ୍ୟାଗ ନେଇ ଫେରାର ହୋଇଯାଇଥିଲେ। ଅଭିଯୋଗ ଅନୁଯାୟୀ, ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟା ୩୦ରେ ଉକ୍ତ ସଂସ୍ଥାର କର୍ମଚାରୀ କେଦାର ମହାପାତ୍ର ଓ ଜୟରାମ ରାଉତ କାର୍ଯ୍ୟାଳୟରୁ ୩ଲକ୍ଷ ଟଙ୍କା ନେଇ ବ୍ୟାଙ୍କକୁ ଡିପୋଜିଟ୍‌ କରିବା ପାଇଁ ଯାଉଥିଲେ। ବ୍ଲକ କାର୍ଯ୍ୟାଳୟ ନିକଟରେ ୩ ଜଣ ଲୁଟେରା ଏକ ବାଇକରେ ସେମାନଙ୍କୁ ଅଟକାଇଥିଲେ। ଏହା ପରେ ଲୁଟେରାମାନେ ସେମାନଙ୍କ ଠାରୁ ଟଙ୍କା ବ୍ୟାଗ୍‌ ଛଡାଇବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଏହି ସମୟରେ ୨ଜଣ ଟଙ୍କା ବ୍ୟାଗ୍‌କୁ ଧରି ଫେରାର୍‌ ହୋଇଯାଇଥିଲେ। ଅନ୍ୟ ଜଣଙ୍କୁ ଦୁଇ କର୍ମଚାରୀ କାବୁ କରିନେଇଥିଲେ। ଖବରପାଇ ନିଆଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସେଠାରେ ଏଣେତେଣେ ପଡ଼ିଥିବା ୩୭ହଜାର ୧୮୦ଟଙ୍କା ଜବତ କରି ଉକ୍ତ କର୍ମଚାରୀ ଦ୍ୱୟଙ୍କୁ ପ୍ରଦାନ କରିଥିଲେ। ଏହା ପରେ ଧରାପଡ଼ିଥିବା ଯୁବକଙ୍କୁ ଥାନାକୁ ଆଣି ଅଟକ ରଖିବା ସହ ତାଙ୍କ ଠାରୁ ଦୁଇ ମୋବାଇଲ ଫୋନ ଜବତ କରି ତଦନ୍ତ ଚଳାଇଛି। କେଦାରଙ୍କ ଅଭିଯୋଗକ୍ରମେ ଏ ନେଇ ଥାନାରେ ଏକ ମାମଲା(ନଂ.୨୩୫/୧୯)ରୁଜୁ ହୋଇଛି। ଏ ସମ୍ପର୍କରେ ନିଆଳି ଥାନା ଆଇଆଇସି ବିଜୟ କୁମାର ମଲ୍ଲିକ କୁହନ୍ତି, ଖୁବ୍‌ଶୀଘ୍ର ଫେରାର ଥିବା ଦୁଇ ଅଭିଯୁକ୍ତଙ୍କ ସହ ଟଙ୍କା ଜବତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri