Posted inଖେଳ

ଫାଇନାଲରେ ସିନ୍ଧୁ

ଜାକର୍ତ୍ତା,୨୦।୭(ପି.ଟି.)- ଅଲିମ୍ପିକ୍‌ ରୌପ୍ୟ ପଦକଧାରୀ ପି. ଭି. ସିନ୍ଧୁ ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ହାଇଦ୍ରାବାଦ ଖେଳାଳି ଅଲ ଇଂଲଣ୍ଡ ଚାମ୍ପିୟନ ଚାଇନାର ଚେନ ୟୁଫେଇଙ୍କୁ ହରାଇ ଦେଇଛନ୍ତି। ଚଳିତ ସିଜନରେ ଫର୍ମ ସହ ସଂଘର୍ଷ କରୁଥିବା ସିନ୍ଧୁ ୨୧-୧୯, ୨୧-୧୦ ଗେମ୍‌ରେ ମ୍ୟାଚ୍‌ ଜିତି ନେଇଛନ୍ତି। ଚଳିତ ବର୍ଷ ଅଷ୍ଟ୍ରେଲିଆ, ସୁଇସ ଓ ଅଲ୍‌ ଇଂଲଣ୍ଡ ଟୁର୍ନାମେଣ୍ଟ ଜିତିଥିବା ଚେନ ପ୍ରଥମ ଗେମ୍‌ରେ ସିନ୍ଧୁଙ୍କୁ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ। ବହୁବାର ଉଭୟ ଖେଳାଳିଙ୍କ ପଏଣ୍ଟ ବରାବର ରହିଥିଲା। ହେଲେ ସିନ୍ଧୁ ପ୍ରଥମ ଗେମ୍‌ ଜିତିବା ପରେ ଦ୍ୱିତୀୟରେ ଚାଇନିଜ ଖେଳାଳିଙ୍କୁ ଫେରିବାକୁ ସୁଯୋଗ ଦେଇ ନ ଥିଲେ। ବିଜୟ ସହ ବିଶ୍ୱର ୫ମ ର଼୍ୟାଙ୍କ ଭାରତୀୟ ଖେଳାଳି ଚଳିତ ସିଜନରେ ପ୍ରଥମ ଥର ପାଇଁ କୌଣସି ଟୁର୍ନାମେଣ୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ସିନ୍ଧୁ ଓ ଜାପାନର ୪ର୍ଥ ସିଡ୍‌ ଆକାନେ ୟାମାଗୁଚିଙ୍କ ମଧ୍ୟରେ ଫାଇନାଲ ମୁକାବିଲା ହେବ। ଏଥିପୂର୍ବରୁ ଦୁଇ ଶଟଲର ପରସ୍ପରକୁ ୧୪ଥର ଭେଟି ସାରିଛନ୍ତି। ଏଥିରେ ସିନ୍ଧୁ ୧୦-୪ରେ ଆଗୁଆ ଅଛନ୍ତି। ଅନ୍ତିମ ୪ ମ୍ୟାଚ୍‌ରେ ମଧ୍ୟ ସିନ୍ଧୁ ବିଜୟୀ ହୋଇଛନ୍ତି। ଏଭଳି ରେକର୍ଡ ସତ୍ତ୍ୱେ ସିନ୍ଧୁଙ୍କୁ ଫାଇନାଲ ଲଢ଼େଇ ପାଇଁ ପ୍ରସ୍ତୁତ ରହିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri