ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ:  ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ/ମୋହନା, ୧୯ା୯(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଜିତେନ୍ଦ୍ର ନାଥ ନାୟକ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଧରାପଡି ଗିରଫ ହୋଇଛନ୍ତି। ନଂ.୨୫/୧୯ରେ ବୁଧବାର ସନ୍ଧ୍ୟାରେ ଜିତେନ୍ଦ୍ରଙ୍କୁ ତାଙ୍କ ଘରୁ ଗିରଫ କରାଯାଇଥିବା ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗୋପଟିମାର ଗଣ ଶିକ୍ଷକ ଦଣ୍ଡପାଣି ମଲ୍ଲିକ ଗତ ୪ ବର୍ଷତଳେ ପରମଙ୍ଗା ସ୍କୁଲରୁ ଡେପୁଟେସନରେ ଗତିମା ସ୍କୁଲକୁ ଯାଇଥିଲେ। ସେ ପୁଣିଥରେ ପରମଙ୍ଗା ସ୍କୁଲକୁ ବଦଳି ହୋଇ ଆସିବା ପାଇଁ ଶିକ୍ଷାଧିକରିଙ୍କ ନିକଟରେ ଆବେଦନ କରିଥିଲେ। ତାଙ୍କ ବଦଳି ଆବେଦନ ଫାଇଲଟି ଗୋଷ୍ଠୀ ଶିକ୍ଷାଧିକାରିଙ୍କ ନିକଟରେ ରହିଥିଲା। ଫାଇଲ ପ୍ରୋସେସିଂ ପାଇଁ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣି ଜିତେନ୍ଦ୍ରନାଥ ନାୟକ ଆବେଦନକାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଶେଷରେ ୩ ହଜାର ଟଙ୍କା ଦେବାକୁ ସ୍ଥିର ହୋଇଥିଲା। ଏନେଇ ଶିକ୍ଷକ ଦଣ୍ଡପାଣି ଭିଜିଲାନ୍ସ ନିକଟରେ ଜଣାଇଥିଲେ। ଯୋଜନା ଅନୁଯାୟୀ ଦଣ୍ଡପାଣି ବୁଧବାର ସନ୍ଧ୍ୟାରେ କିରାଣୀଙ୍କୁ ତାଙ୍କ ଦାବି ମୁତାବକ ଟଙ୍କା ଦେବାକୁ କହିଥିଲେ। କିରାଣି ଜିତେନ୍ଦ୍ର ଶିକ୍ଷକ ଦଣ୍ଡପାଣିଙ୍କୁ ତାଙ୍କ ବାସଭବନକୁ ଆଣି ଟଙ୍କା ଦେବାକୁ କହିଥିଲେ। ଦଣ୍ଡପାଣି ସେଠାରେ ପହଞ୍ଚତ୍ ଜିତେନ୍ଦ୍ରଙ୍କୁ ୩ ହଜାର ଟଙ୍କା ଲାଞ୍ଚ ଦେଇଥିଲେ। ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଚଢଉ କରି ଉକ୍ତ ଲାଞ୍ଚ ଟଙ୍କା ସହ କିରାଣି ଦଣ୍ଡପାଣିଙ୍କୁ ଗିରଫ କରିଥିବା ଏସ୍‌ପି ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri