କାଶୀନଗର, ୨୬ା୬(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ବ୍ଲକ୍ କାର୍ଯ୍ୟାଳୟରେ ଏବେ କର୍ମଚାରୀ ଅଭାବ ଦେଖାଦେଇଛି। ବିଭିନ୍ନ ପଦବୀରେ କେହି ଅଧିକାରୀ ନାହାନ୍ତି। ଫାଇଲ୍ ପରେ ଫାଇଲ୍ ଆସୁଛି। କିନ୍ତୁ ଚେୟାର୍ ଖାଲି ଥିବାରୁ ଅଫିସ୍ କାମ ତ୍ୱରାନ୍ବିତ ହୋଇପାରୁନାହିଁ। ଖୋଦ୍ ବିଡିଓ ନିଜ ବ୍ଲକ୍ ସହ ୩ଟି ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବା କାର୍ଯ୍ୟ ସୁପରିଚାଳନା ଦିଗରେ ସଙ୍କଟ ସୃଷ୍ଟି କରିଛି।
ବ୍ଲକ୍ରେ ସମସ୍ତ ସମ୍ପ୍ରସାରଣ ଅଧିକାରୀଙ୍କ ପଦବୀ ଖାଲି ପଡ଼ିଛି। ସେହିପରି କାର୍ଯ୍ୟାଳୟର ପିଏ ପଦବୀରେ ମଧ୍ୟ କେହି ନ ଥିବା ବେଳେ ବ୍ଲକ ସାମାଜିକ ନିରାପତ୍ତା ଅଧିକାରୀ (ବିଏସ୍ଏସ୍ଓ)ଙ୍କ ପଦବୀରେ ମଧ୍ୟ କେହି ନଥିବା ଜଣାପଡ଼ିଛି। ମୁଖ୍ୟ କିରାଣି ଓ କ୍ୟାଶିୟର୍ ବ୍ଲକ ଅଫିସ୍ର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦବୀ । ନିକଟ ଅତୀତରେ ଏହି ଦୁଇଟି ପଦବୀରେ ଥିବା କର୍ମଚାରୀଙ୍କ ବଦଳି ହେବା ପରେ ସେମାନଙ୍କ ଚୌକି ମଧ୍ୟ ଖାଲି ପଡ଼ିଛି। ଏହା ବ୍ୟତୀତ ଏବେ କାଶୀନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ୪ ଟି କାର୍ଯ୍ୟାଳୟର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି। ତହସିଲଦାରଙ୍କ ଲମ୍ବା ଛୁଟି ଓ କାଶୀନଗର ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ହୋଇିଥିବାରୁ ଉଭୟ କାର୍ଯ୍ୟାଳୟର ଦାୟିତ୍ୱ ମଧ୍ୟ ବିଡିଓଙ୍କୁ ଦିଆଯାଇଛି । ପାରମ୍ପରିକ ଭାବେ ସେ ମଧ୍ୟ ସବ୍ଟ୍ରେଜେରି ଅଫିସର ରହିଛନ୍ତି । ନିଜର ମୂଳ ଦାୟିତ୍ୱ ସହ ଅନ୍ୟ ତିନୋଟି ଗୁରୁତ୍ୱପୂର୍ଣ୍ଣ ଅଧିକାରୀ ଦାୟିତ୍ୱରେ ବିଡିଓ ରହିଥିବା ବେଳେ ବ୍ଲକ୍ ଅଫିସ୍ରେ ମୁଖ୍ୟ କିରାଣି ଓ କ୍ୟାଶିଅରଙ୍କ ବଦଳି ପରେ ସେମାନଙ୍କ ସ୍ଥାନରେ ଅନ୍ୟ କାହାକୁ ଦାୟିତ୍ୱ ଦିଆଯାଇ ନ ଥିବାରୁ ସଙ୍କଟଜନକ ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ପରିସ୍ଥିତିରେ ସରକାରୀ କାର୍ଯ୍ୟ କିଭଳି ସୁଚାରୁ ରୂପେ ସମ୍ପାଦନ ହୋଇପାରିବ ତାକୁ ନେଇ ସ୍ଥାନୀୟ ବୁଦ୍ଧିଜୀବୀ ଚିନ୍ତାବ୍ୟକ୍ତ କରିଛନ୍ତି । ତେଣୁ ଜିଲା ପ୍ରଶାସନ ତୁରନ୍ତ ଖାଲି ପଡ଼ିଥିବା ସମସ୍ତ ପଦବୀ ପୂରଣ ଦିଗରେ ପଦକ୍ଷେପ ନେବାକୁ ଦାବି ହୋଇଛି।
୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ
ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍ ୫୩୭…
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…
ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…
ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…
ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…
ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…
ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.
ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
Archives

