Posted inଜାତୀୟ

ଫାଉଡା ଧରି ନାଳ ସଫା କଲେ ମନ୍ତ୍ରୀ

ଗ୍ବାଲିୟର,୩।୧୧: ମଧ୍ୟପ୍ରଦେଶ କ୍ୟାବିନେଟର ମନ୍ତ୍ରୀ ଥିବା ପ୍ରଦୁମ୍ନ ସିଂ ତୋମର ପୁଣିଥରେ ଫାଉଡା ଧରି ନାଳ ସଫା କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଗ୍ବାଲିୟରରେ ତୋମାରଙ୍କର ଏହି ବାସ୍ତବିକ ସଫେଇ ଅଭିଯାନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ୮ ଫୁଟ ନାଳରେ ପଶି ମନ୍ତ୍ରୀଙ୍କ ସଫା କରିବା କାମ ସମସ୍ତଙ୍କୁ ପ୍ରଭାବିତ କରିଛି। ଗତବର୍ଷ ମଧ୍ୟ ତୋମାର ଏମିତି ସଫେଇ କରି ଆସିଥିଲେ ଚର୍ଚ୍ଚାକୁ। ମଝିରେ ମଝିରେ ସେ ନିଜ ସହରକୁ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ଏଭଳି କାର୍ଯ୍ୟ କରିଥାଆନ୍ତି। ସୂଚନାଯୋଗ୍ୟ, ମନ୍ତ୍ରୀ ତୋମାର ରବିବାର ସକାଳେ ତାଙ୍କ ସହଯୋଗୀଙ୍କ ସହ ବିରଲା ନଗର ସ୍ଥିତ ଓ୍ବାର୍ଡ ନଂ-୧୬ରେ ଥିବା ନ୍ୟୁ କଲୋନି ଦେଇ ଯାଉଥିଲେ। ସେଠାରେ ଥିବା ନାଳ ଜାମ ହେବା ଫଳରେ ଲୋକଙ୍କ ଘରେ ପାଣି ପଶି ଯାଉଥିଲା। ଏହା ଦେଖିବା ପରେ ମନ୍ତ୍ରୀ ତୁରନ୍ତ ନାଳରେ ଜମା ହୋଇଥିବା ମଇଳା ସଫା କରିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ଓ ତାଙ୍କ ସହଯୋଗୀମାନେ ତାଙ୍କୁ ସହଯୋଗ କରିବାରୁ ନାଳଟି ସଫା ହୋଇଯାଇଥିଲା। ଏହାପୂର୍ବରୁ ଶନିବାର ମଧ୍ୟ ତୋମାର ରେଲଓ୍ବେ ଷ୍ଟେଶନ ପହଞ୍ଚି ସେଠାରେ ଥିବା ଶୌଚାଳୟ ସଫା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri