Posted inଖେଳ

ଫାଓ ଦାୟିତ୍ୱ ଗ୍ରହଣ କଲେ ଆଶୀର୍ବାଦ

କଟକ ଅଫିସ,୧୭ା୨-  ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର ସାଧାରଣ ପରିଷଦ ବୈଠକ ରବିବାର ପୂର୍ବାହ୍ନରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନବନିର୍ବାଚିତ କର୍ମକର୍ତ୍ତା ଦାୟିତ୍ୱ ଗ୍ରହଣ କରିଥିଲେ। ନିର୍ଦ୍ୱନ୍ଦ୍ୱରେ ସମସ୍ତ ପ୍ରାର୍ଥି ନିର୍ବାଚିତ ହୋଇଥିବା ବେଳେ ନିର୍ବାଚନ ଅଧିକାରୀ ଉପେନ୍ଦ୍ର କୁମାର ଦାସ ସୌଜନ୍ୟମୂଳକ ଭାବେ କେବଳ ଫଳାଫଳ ଘୋଷଣା କରିଥିଲେ। ସଭାପତି ଭାବେ ପୂର୍ବତନ ବିଧାୟକ ତଥା ଫାଓର ପୂର୍ବତନ ସଭାପତି ଦେବାଶିଷ ସାମନ୍ତରାୟ ପଦବୀ ବଜାୟ ରଖିଛନ୍ତି। ଦେବାଶିଷଙ୍କର ଏହା ଲଗାତାର ୩ୟ କାର୍ଯ୍ୟକାଳ। ଅନ୍ୟପକ୍ଷରେ ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା ପ୍ରଥମ ଥର ପାଇଁ ଫୁଟବଲ ସଂଘର ଦାୟିତ୍ୱ ନେଇଛନ୍ତି। କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର, ଉପସଭାପତି ଭାବେ ବିଜୟ ଦାସ, ଦିଲ୍ଲୀପ ସାହୁ, ପ୍ରଦୀପ କିଶୋର ମହାନ୍ତି, ରବି ନାରାୟଣ ପଣ୍ଡା, ହୃଦୟ ରଞ୍ଜନ ବେହେରା, ବସନ୍ତ କୁମାର ପାଣିଗ୍ରାହୀ, ରାଜେନ୍ଦ୍ର ମହାନ୍ତି, ପ୍ରଦୀପ କୁମାର ଦାସ, ଯୁଗ୍ମ ସମ୍ପାଦକ ଭାବେ ଅଭିଜିତ ପାଲ, ସାହିଦ ଜବାର ଓ ବିଶ୍ୱରଞ୍ଜନ ଘଡ଼େଇ, କୋଷାଧ୍ୟକ୍ଷ ଭାବେ ଭକ୍ତବଲ୍ଲଭ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଫୁଟବଲ କ୍ରୀଡ଼ାର ଉଲ୍ଲେଖନୀୟ ବିକାଶ ନିମନ୍ତେ ଫାଓର ପୂର୍ବତନ ସମ୍ପାଦକ ସଞ୍ଜୟ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri