ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି

ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି କରାଯାଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୁଧବାର ବିରିଡି ଆଇଆଇସି ପାରାଓ ଟୁଡୁଙ୍କୁ ସଭ୍ୟ ସୁଦର୍ଶନ ଭୋଇ ପ୍ରଦାନ କରିଛନ୍ତି। ୨୨ ମୌଜା ବିରିଡି ଥାନାଠାରୁ ଅଧିକ ଦୂର ହେଉଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘଦିନ ଧରି ୨୨ ମୌଜା ବରିଷ୍ଠ ନାଗରିକ ମଞ୍ଚ, ଅବସର କର୍ମଚାରୀ ସଂଘ, ବୁଦ୍ଧୀଜୀବୀ, ବିଭିନ୍ନ ବ୍ୟବସାୟୀ ସଂଘ ଓ ଜନସାଧାରଣ ଏହି ଦାବି କରିଆସୁଛନ୍ତି। ବିଭିନ୍ନ ସମୟରେ ୨୨ ମୌଜା ଅଞ୍ଚଳରେ ଚୋରି, ରାହାଜାନି ଓ ନିଶା କାରବାର ବ୍ୟାପକ ମାତ୍ରାରେ ବୃଦ୍ଧି ପାଉଥିବାରୁ ସେଠାକାର ଜନସାଧାରଣ ଭୟରେ ରହୁଛନ୍ତି। ଗତ ମାସ ୨୬ ତାରିଖରେ ପୂରଣ ହାଟ ବଜାରରୁ ୬ ଦୋକାନ ସଟର ତାଡି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଓ ବହୁ ସାମଗ୍ରୀ ଲୁଟି ନେଇଥିଲେ। ଏହାଦ୍ୱାରା ବହୁ ବ୍ୟବସାୟୀ ଆର୍ଥିକ ସଙ୍କଟରେ ପଡ଼ିଛନ୍ତି। ତେଣୁ ୨୨ ମୌଜାର ସମସ୍ତ ୬ ପଞ୍ଚାୟତରେ ବସବାସ କରୁଥିବା ୫୦ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ହିତ ଦୃଷ୍ଟିରୁ ଫାଣ୍ଡି ପ୍ରତିଷ୍ଠା କରିବାକୁ ଦାବି କରୁଛି ବୋଲି ମଞ୍ଚ ସମ୍ପାଦକ ରବୀନ୍ଦ୍ର ନାଥ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri