ଫାଣ୍ଡି ସମ୍ମୁଖ ମନ୍ଦିରର ଦାନବାକ୍ସ ତାଡ଼ି ଚୋରି:ପୋଲିସର ତଦନ୍ତ ଜାରି

ବଡବିଲ, ୯।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୋଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ। ରବିବାର ବିଳମ୍ବିତ ରାତିରେ ବଡବିଲ ଥାନା ଅଧୀନରେ ଥିବା ଟାଉନ ଫାଣ୍ଡି ନମ୍ବର-୧ ସମ୍ମୁଖରେ ଥିବା ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ତାଡି ଦାନ ଅର୍ଥ ଚୋରି କରିନେଇଥିବା ଜଣାପଡିଛି। ଖବରପାଇ ବଡବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ଓ ଏସଡିପିଓ ସତ୍ୟବିକାଶ ଭୂୟାଁ ସଦଳବଳ ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ ଜାରି ରଖିଥିଲେହେଁ ଅପରାଧୀଙ୍କ ଟେର ମିଳିପାରିନାହିଁ। ମନ୍ଦିର ସମ୍ମୁଖରେ ଥିବା ଫାଣ୍ଡିରେ ପୋଲିସ କର୍ମଚାରୀମାନେ ଠିକ ଭାବେ ଡ୍ୟୁଟି ନ କରି ରାତିରେ ଶୋଇପଡୁଥିବା ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଆଇଆଇସି ଦାଶ କୁହନ୍ତି ଯେ, ରବିବାର ବିଳମ୍ବିତ ରାତିରେ ସେ ଫାଣ୍ଡି ପରିଦର୍ଶନରେ ଆସିଥିଲାବେଳେ ଫାଣ୍ଡିର କର୍ମଚାରୀମାନେ ଶୋଇପଡିଥିବା ଦେଖିଥିଲେ ଓ ଫାଣ୍ଡିର ରେଜିଷ୍ଟରରେ ତାହା ଉଲ୍ଲେଖ କରିଛନ୍ତି। ତେବେ ଦାନ ବାକ୍ସଟିକୁ ମାସକରେ ଥରେ ଖୋଲାଯାଉଥିବାରୁ ସେଭଳି ଅଧିକ ଅର୍ଥ ନ ଥିବା ମନ୍ଦିର କମିଟି ସଭାପତି ତଥା ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା କହିଛନ୍ତି। ହେଲେ ସମ୍ମୁଖରେ ଫାଣ୍ଡି ଥାଇସୁଦ୍ଧା ପ୍ରତି ବର୍ଷ ମନ୍ଦିରର ଦାନବାକ୍ସ ତାଡି ଚୋରି ହୋଇ ଦୁର୍ଭାଗ୍ୟଜନକ ବୋଲି ତହସିଲଦାର କହିଛନ୍ତି। ଗତ ବର୍ଷ ମଧ୍ୟ ଅନୁରୂପ ଭାବେ ଦାନବାକ୍ସ ତାଡି ଚୋରି ହୋଇଥିଲା। ତେବେ ବାକ୍ସରେ ଦାନ ଅର୍ଥର ହିସାବ ଆକଳନ କରାଯାଇ ପାରି ନ ଥିବାବେଳେ ଫାଣ୍ଡି ସମ୍ମୁଖରୁ ଚୋରି ନେଇ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବ୍ୟଥିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri