ଫାର୍ମାସିଷ୍ଟ ନିଯୁକ୍ତିକୁ ବିରୋଧ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୧।୭(ସ୍ବ.ପ୍ର.) : ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତର ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନ ଥିବାରୁ ସ୍ବାସ୍ଥ୍ୟସେବାରେ ସମସ୍ୟା ସୃଷ୍ଟି ହେଉଥିଲା। ଏପରିକି ନିଯୁକ୍ତ ଫାର୍ମାସିଷ୍ଟଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ସେବା ପ୍ରଦାନ କରାଯାଉଥିଲା। କିନ୍ତୁ ଜଗତସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଦୈନିକ ଫାର୍ମାସିଷ୍ଟଙ୍କୁ ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବଦଳି କରାଯାଇଛି। ତେବେ ସଂପୃକ୍ତ ଫାର୍ମାସିଷ୍ଟଙ୍କୁ ୭ ଦିନ ମଧ୍ୟରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରୁ ବଦଳି କରା ନ ଗଲେ ଆମରଣ ଅନଶନ କରାଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି। ଫାର୍ମାସିଷ୍ଟ ନିଯୁକ୍ତିକୁ ପ୍ରତିବାଦ କରି ଗୁରୁବାର ସକାଳେ ସ୍ଥାନୀୟ ଜନସାଧାରଣ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ କରିଛନ୍ତି। ଏ ସଂକ୍ରାନ୍ତରେ ମଙ୍ଗୁଳି ଚରଣ ବେହେରା, ମନୋଜ କୁମାର ସ୍ବାଇଁ, ମହାଦେବ ବିଶ୍ୱାଳ, ଭରତ ଜେନା ପ୍ରମୁଖ ଏକ ଲିଖିତ ଅଭିଯୋଗ ଜିଲାପାଳଙ୍କୁ ପ୍ରଦାନ କରିଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri