ଫାର୍ମାସିଷ୍ଟଙ୍କ ଭରସାରେ ୧୨ ପଞ୍ଚାୟତବାସୀ

ବଇଣ୍ଡା, ୧୮ା୬(ଡି.ଏନ.ଏ.)  ସ୍ବାସ୍ଥ୍ୟକେନ୍ଦ୍ର ଅଛି। ହେଲେ ସେବା ଯୋଗାଇବାକୁ ୮ମାସ ହେଲା ଡାକ୍ତର ନାହାନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଜିଲା ପ୍ରଶାସନ ପଦକ୍ଷେପ ନେଉ ନ ଥିବାରୁ ଫାର୍ମାସିଷ୍ଟଙ୍କ ଉପରେ ନିର୍ଭର କରୁଛନ୍ତି ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକର ୧୨ ପଞ୍ଚାୟତବାସୀ। ତୁରନ୍ତ ବ୍ଲକର ହଣ୍ଡପା ଓ ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ବଇଣ୍ଡା ସଚେତନ ନାଗରିକ ମଞ୍ଚ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
ଅଭିଯୋଗ ମୁତାବକ, ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବଇଣ୍ଡା ଓ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଏହା ଉପରେ ନୁନୁକାପଶି, ଲୁହାମୁଣ୍ଡା, ଜାମ୍ବୁନାଳୀ, ଗାଁବଇଣ୍ଡା, କଟରଙ୍ଗା, ହଣ୍ଡପା, ନାକିଚି, ବିଲେଇନାଳୀ, କଣ୍ଟେଇକୁଳିଆ, ଆଠମଲ୍ଲିକ ବ୍ଲକର ପେଡିପଥର, କୁରୁମଟାପ, ସାନହୁଲା ପଞ୍ଚାୟତବାସୀ ନିର୍ଭରଶୀଳ। ହେଲେ ଚିକିତ୍ସା ପାଇଁ ଏଠାରେ ଡାକ୍ତର ନାହାନ୍ତି। ସେହିପରି କୌଣସି ସାଧାରଣ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ୩୬ କିମି ଦୂର କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନଚେତ ୪୫ କିମି ଦୂର ଜିଲା ମୁଖ୍ୟ ଚିକିତ୍ସାଳୟ ଯିବାକୁ ପଡୁଛି। ସେହିପରି ରାଜପଥରେ ଦୁର୍ଘଟଣାଗ୍ରସ୍ତଙ୍କୁ ମଧ୍ୟ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ମିଳିପାରୁନାହିଁ। ରୋଗୀଙ୍କ ମେଡିକାଲ ରିପୋର୍ଟ ପାଇଁ କିଶୋରନଗର ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିବାକୁ ପଡୁଛି। ତୁରନ୍ତ ଏ ଦିଗରେ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ପ୍ରତାପ ପ୍ରଧାନ, ରମାକାନ୍ତ ବେହେରା, ଅରବିନ୍ଦ ସାହୁ, ଗିରିଶ ଚନ୍ଦ୍ର ବେହେରା, ସରପଞ୍ଚ ଜଳଧର ସାହୁ, ଅମୀୟ ପ୍ରଧାନ, ବିଶ୍ୱଜିତ ମିଶ୍ର, ଅରକ୍ଷିତ ମିଶ୍ର ପ୍ରମୁଖ ଦାବି କରିଛନ୍ତି।
ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରତାପ କୁମାର ବେହେରା କୁହନ୍ତି, ରାଜ୍ୟରେ ଏବେ ଡାକ୍ତର ପଦବୀ ଖାଲିପଡିଛି। ହଣ୍ଡପା ଓ ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ସରକାରଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri