Posted inରାଜ୍ୟ

ଫାର୍ମାସିଷ୍ଟଙ୍କ ଯୋଗଦାନକୁ ବିରୋଧ: ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୨ା୭(ସ୍ବ.ପ୍ର.): ନାଉଗାଁ ବ୍ଲକ ଡେରିକି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଲାଗି ରହିଥିବାବେଳେ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ଫାର୍ମାସିଷ୍ଟଙ୍କୁ ଏଠାରେ ନିଯୁକ୍ତି ଦିଆଯାଇଛି। ବୁଧବାର ସମ୍ପୃକ୍ତ ଫାର୍ମାସିଷ୍ଟ ଏଠାରେ କାର୍ଯ୍ୟରେ ଯୋଗଦେବା ପରେ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିବା ସହ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଟାୟାର ଜାଳି ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ୭ ଦିନ ମଧ୍ୟରେ ସମ୍ପୃକ୍ତ ଫାର୍ମାସିଷ୍ଟଙ୍କୁ ଏଠାରୁ ବଦଳି କରା ନ ଗଲେ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଅନଶନ କରାଯିବ ବୋଲି ସେମାନେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନ ଥିବାବେଳେ ଜଣେ ଫାର୍ମାସିଷ୍ଟ ସ୍ବାସ୍ଥ୍ୟସେବା ଯୋଗାଇ ଆସୁଛନ୍ତି। କିଛିଦିନ ତଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଜଣେ ଫାର୍ମାସିଷ୍ଟ ନିଶାସକ୍ତ ଅବସ୍ଥାରେ ଶୋଇରହିଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ପରେ ତାଙ୍କୁ ସେଠାରୁ ବଦଳି କରାଯାଇ ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ତେଣୁ ସ୍ଥାନୀୟ ବାସିନ୍ଦା ମଙ୍ଗୁଳି ଚରଣ ବେହେରା, ମହାଦେବ ବିଶ୍ୱାଳ, ଭରତ ଜେନା, ମନୋଜ କୁମାର ସ୍ବାଇଁ, ଉପେନ୍ଦ୍ର କୁମାର ଜେନା ପ୍ରମୁଖ ଏନେଇ ଜିଲାପାଳଙ୍କୁ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ନାଉଗଁା ଥାନା ଅଧିକାରୀ, ଜଗତ୍‌ସିଂହପୁର ବିଧାୟକ ଓ ନାଉଗଁା ଅଗ୍ନିଶମ ସେବା ସଂସ୍ଥାକୁ ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅଜୟ ବୈଠାରୁ କହିଛନ୍ତି ଯେ, ଜିଲାପାଳଙ୍କ ସହ ଆଲୋଚନା କରାଯାଇ ନୂତନ ଭାବେ ଯୋଗଦେଇଥିବା ଫାର୍ମାସିଷ୍ଟଙ୍କୁ ନାଉଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। କିନ୍ତୁ ଡେରିକି ସ୍ବାସ୍ଥ୍ୟକେନ୍ଦ୍ରରେ ଅଧିକ କର୍ମଚାରୀ ଆବଶ୍ୟକ ଥିବା ଦୃଷ୍ଟିରୁ ତାଙ୍କୁ ସେଠାରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେ ଠିକ୍‌ ଭାବେ କାର୍ଯ୍ୟ କରୁଛନ୍ତି କି ନାହିଁ, ୧୫ ଦିନ ଅନୁଧ୍ୟାନ କରାଯାଇ ଜିଲାପାଳଙ୍କୁ ରିପୋର୍ଟ ଦେବା ପରେ ଯାହା ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri