Posted inଜାତୀୟ

ଫାଶୀ ଦେଲେ ସମାଜ କେବେ ବି ହେବନି ଅପରାଧ ମୁକ୍ତ: ପୂର୍ବତନ ବିଚାରପତି କୁରିଏନ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫାଶୀଦଣ୍ଡ ନେଇ ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି କୁରିଏନ ଯୋଶେଫ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କୁରିଏନ କହିଛନ୍ତି ଯେ, ଅପରାଧୀଙ୍କୁ ଫାଶୀଦଣ୍ଡ ଦେଲେ ସମାଜ କେବେ ବି ଅପରାଧ ମୁକ୍ତ ହୋଇପାରିବ ନାହିଁ। ଫାଶୀ ପରେ ଲୋକେ ଅପରାଧ ସମ୍ପର୍କରେ ଭୁଲି ଯିବେ। ମାତ୍ର ଏପରିସ୍ଥଳେ ଯଦି ଅପରାଧୀ ଆଜୀବନ ଜେଲଦଣ୍ଡ ଭୋଗେ ତେବେ ଏହାକୁ ଦୀର୍ଘଦିନ ଧରି ଲୋକେ ମନେ ରଖନ୍ତି। ଫଳରେ ଏଭଳି ଅପରାଧ କରିବା ପୂର୍ବରୁ ପଛଘୁଞ୍ଚା ଦେଇଥାନ୍ତି ବୋଲି କୁରିଏନ କହିଛନ୍ତି। ନିର୍ଭୟା ଭଳି ମାମଲାରେ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ କରାଯିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ସେ ବଚନ ସିଂ ମାମଲାର ଉଦାହରଣ ଦେଇଛନ୍ତି। ଏହି ମାମଲାରେ ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ ଯେ, ଫାଶୀଦଣ୍ଡ ଅତି ବିରଳ ଘଟଣାରେ ଦିଆଯିବା ଆବଶ୍ୟକ। ଯେପରିକି ଏହାଛଡ଼ା ଅନ୍ୟ କୌଣସି ବିକଳ୍ପ ନ ଥିବ। ମାତ୍ର ସମସ୍ତ କ୍ଷେତ୍ରରେ ଫାଶୀ ଦଣ୍ଡାଦେଶ କରାଯିବା ଅନାବଶ୍ୟକ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ନିର୍ଭୟା ମାମଲାରେ ଫାଶୀଦଣ୍ଡରୁ ବଞ୍ଚିବା ପାଇଁ ୩ ଦୋଷୀ ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ରେ ଆବେଦନ କରିଥିବାବେଳେ ଅକ୍ଷୟ କୁମାର ସିଂଙ୍କ ସ୍ତ୍ରୀ ପୁନୀତା ଔରଙ୍ଗାବାଦ କୋର୍ଟରେ ଛାଡ଼ପତ୍ର ମାମଲା ଲାଗି ଆବେଦନ କରିଛନ୍ତି। ବିଧବା ଭାବେ ବଞ୍ଚିବା ଅପେକ୍ଷା ସେ ଛାଡ଼ପତ୍ର ଚାହୁଁଥିବା ଆବେଦନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?