ଫିକା ପଡ଼ିଲା ଈଦ୍‌-ଉଲ୍‌-ଫିତର୍‌ : ଘରେ ଘରେ ପାଳିଲେ ଈଦ୍‌

ଭଦ୍ରକ ଅଫିସ, ୨୫ା୫- ଶାନ୍ତି, ମୈତ୍ରୀ ଓ ଦାନର ପର୍ବ ଈଦ ବା ଈଦ୍‌-ଉଲ୍‌-ଫିତର୍‌। ଏହି ପର୍ବ କରୋନା କଟକଣା କାରଣରୁ ଭଦ୍ରକ ସହରରେ ସୋମବାର ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ପାଳନ କରାଯାଇଛି। କରୋନା ପାଇଁ ପ୍ରଶାସନିକ ସ୍ତରରେ ଧାର୍ମିକ ଅନୁଷ୍ଠାନ ମାନଙ୍କରେ ୧୪୪ ଧାରା ଜାରି ହୋଇଥିବା କାରଣରୁ ଏହା ଫିକା ପଡ଼ିଛି। ଏହି ପବିତ୍ର ପର୍ବକୁ ମୁସଲିମ ଧର୍ମାବଲମ୍ବୀ ମାନେ ପ୍ରଶାସନର ନିର୍ଦ୍ଦେଶ ଏବଂ ଚଉଦ ମହଲା ମୁସଲିମ ଜମାତର ଅନୁରୋଧ କ୍ରମେ ସାମାଜିକ ଦୂରତା ରଖି ଈଦଗାହ ଓ ମସଜିଦରେ ନମାଜ ପାଠ କରିଛନ୍ତି। ବିଶେଷ କରି ଇଦ୍‌ଗାହ ଓ ମସଜିଦରେ ୫ ଜଣ କରି ମୁସଲିମ ଧର୍ମାବଲମ୍ବୀ ମାନେ ଆସି ସକାଳୁ ନମାଜ ପାଠ କରିଛନ୍ତି। ଅନ୍ୟମାନେ ନିଜ ନିଜ ଘରେ ରହି ନମାଜ ପାଠ କରିଥିବା ଲକ୍ଷ୍ୟ କରାଯାଇଛି। ତେବେ ଭଦ୍ରକ ସହରରେ ଥିବା ଈଦ୍‌ଗାହରେ ଦିନରେ ହଜାର ହଜାର ମୁସଲମାନ ସମୂହ ନମାଜ ପାଠ କରିବାକୁ ଥିବା ବେଳେ ଚଳିତ ବର୍ଷ ଏହି କଟକଣା କାରଣରୁ ମାତ୍ର ୫ଜଣରେ ସୀମିତ ରହିଥିଲା ନମାଜ ପାଠ। ତେବେ ନିରାଡ଼ମ୍ବର ଭାବେ ଏହି ପର୍ବ ପାଳନ କରାଯାଇଥିଲେ ମଧ୍ୟ ସମସ୍ତେ ନୂଆ ବସ୍ତ୍ର ପରିଧାନ କରି ନିଜ ନିଜ ଘରେ ରହି ଏହି ପର୍ବକୁ ପାଳନ କରିଛନ୍ତି। ସେହିଭଳି ଜାମା ମସ୍‌ଜିଦ୍‌, ଛଡ଼ାକମହଲା, ମୁଲ୍ଲାସାହି, ନଙ୍ଗାମହଲା, ଅଲାଲପୁର, ବାଙ୍କାଛକ, ହଜାରୀନଗର, ସାହାପୁର, ମିର୍ଜାପୁର, ଶେଖ୍‌ ସାହି, ଦୁର୍ଗାପୁର ଓ ଚରମ୍ପା ମସ୍‌ଜିଦ୍‌ ଠାରେ ଜିଲା ପ୍ରଶାସନର ନିୟମକୁ ମାନି ନମାଜ ପାଠ କରାଯାଇଥିଲା। ସେହିପରି ପୋଲିସ ପ୍ରଶାସନ ପକ୍ଷରୁ ପର୍ବକୁ ଶୃଙ୍ଖଳିତ କରିବା ପାଇଁ ୧୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। କଟକଣା ସତ୍ତ୍ବେ ଘରେ ଘରେ ବନ୍ଧୁ ବାନ୍ଧବ ଏବଂ ପାଖ ପଡ଼ିଶାଙ୍କୁ ନେଇ ଖିଆପିଆର ଆସର ଅନୁଷ୍ଠିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri