Posted inଖେଳ

ଫିକ୍ସିଂ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ ହୋଇପାରିବନି: ଗାଭାସ୍କର

ନୂଆଦିଲ୍ଲୀ,୨୪।୯(ପି.ଟି.)- ଲୋଭର କୌଣସି ଉପାଚର କିମ୍ବା ସୀମା ନାହିଁ। ତେଣୁ କ୍ରୀଡ଼ାରେ ଫିକ୍ସିଂ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ ଆସିପାରିବ ନାହିଁ ବୋଲି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଗାଭାସ୍କର କହିଛନ୍ତି। କ୍ରିକେଟରେ ମ୍ୟାଚ୍‌ ଫିକ୍ସିଂ ଭଳି କଳଙ୍କକୁ ସମ୍ପୂର୍ଣ୍ଣ ଭାବେ ସଫା କରିହେବ ନାହିଁ । ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ୍‌)ରେ କେତେକ ଖେଳାଳି ଓ ମାଚ୍‌ ଅଫିସିଆଲ ମ୍ୟାଚ୍‌ ଫିକ୍ସିଂରେ ସାମିଲ ରହିବା ନେଇ ପ୍ରଶ୍ନ ହେବାରୁ ସେ ଏହି କଥା କହିଛନ୍ତି। ଏ ନେଇ ଅବଶ୍ୟ ତଦନ୍ତ ଚାଲୁ ରହିଛି। ମଣିଷର ସ୍ବଭାବ ସହ ଲୋଭ ଓ ମୋହ ସାମିଲ ରହିଛି ବୋଲି ଏଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହି କଥା କହିଛନ୍ତି। ଏକ ଶ୍ରେଷ୍ଠ ସମାଜରେ ମଧ୍ୟ ଅପରାଧୀ ରହିଛନ୍ତି। କ୍ରିକେଟରେ ମଧ୍ୟ କେତେଜଣ ଭିନ୍ନ ପ୍ରକାରର ଲୋକ ରହିବା ସ୍ବାଭାବିକ। ତେବେ କ୍ରିକେଟରେ ଦୁର୍ନୀତି କରୁଥିବା ଲୋକେ ସହଜରେ ଖସି ଚାଲିଯାଇ ପାରିବେ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଟେଲିଭିଜନରେ ମ୍ୟାଚ୍‌ ଲାଇଭ୍‌ ହେଉଥିବାରୁ ଯେକୌଣସି ଜଣେ ଲୋକେ ଭୂଲ୍‌ କରି ଖସି ଯାଇପାରିବନି। ଏ ସବୁ ଦୁର୍ନୀତି ସତ୍ତ୍ୱେ ଟିଏନ୍‌ପିଏଲ୍‌ ଭଳି ଘରୋଇ ଟୁର୍ନାମେଣ୍ଟ ତଥା ଲିଗ୍‌ ଚାଲୁ ରହିବା ଆବଶ୍ୟକ। ଏହି ଲିଗ୍‌ ଗୁଡିକ ମାଧ୍ୟମରେ ପ୍ରତିଭା ଚିହ୍ନଟ ହୋଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?