ଫି’ଦିନ ନଷ୍ଟ ହେଉଛି ଲକ୍ଷେ ଲିଟର କ୍ଷୀର

କଟକ ଅଫିସ,୧୨ା୬: କଟକ ଜିଲାରେ ବିପୁଳ ପରିମାଣରେ କ୍ଷୀର ନଷ୍ଟ ହେଉଛି। ଦିନକୁ ଉତ୍ପାଦନ ୨ ଲକ୍ଷ ୩୦ ହଜାର ଲିଟର। ତଥାପି ବିକ୍ରି ପରେ ବଳୁଛି ୧ଲକ୍ଷରୁ ଅଧିକ ଲିଟର କ୍ଷୀର। ଏହି ସମସ୍ୟା କଟକ ଜିଲା ପ୍ରଶାସନର ଚିନ୍ତା ବଢ଼ାଇ ସାରିଲାଣି। ଏ ନେଇ ଗୁରୁବାର ସନ୍ଧ୍ୟାରେ କଟକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏକ ବୈଠକ ଡକାଯାଇଥିଲା। ଜିଲାପାଳ ତଥା ଜିଲା ଦୁଗ୍ଧ ସଂଘର ପ୍ରଶାସକ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ କଟକ ଦୁଗ୍ଧ ସଂଘ, ଓମ୍‌ଫେଡର ବରିଷ୍ଠ କର୍ମଚାରୀଙ୍କ ସହ ଦୀର୍ଘ ସମୟ ଆଲୋଚନା ହୋଇଛି। କ୍ଷୀର ବିକ୍ରିକୁ ସୁଗମ କରିବା ଓ ଦୁଗ୍ଧଚାଷୀ ସଂଖ୍ୟା ବୃଦ୍ଧି କରାଯିବା ନେଇ ଗୁରୁତ୍ୱାରୋପ କରାଯାଇଛି।
କଟକ ଜିଲାରେ ଦୁଗ୍ଧ, ଦୁଗ୍ଧ ଜାତୀୟ ସାମଗ୍ରୀର ବିକ୍ରି ଓ ଚାଷୀଙ୍କୁ ପ୍ରୋତ୍ସାହନ ପାଇଁ ଚିନ୍ତା ପ୍ରକଟ କରିଛି ଜିଲା ପ୍ରଶାସନ। ଏହି ସାମଗ୍ରୀର ମାନ ବଢ଼ାଇବା ସହ ଚାଷୀଙ୍କ ସହାୟତା ତଥା ବଜାରରେ ବିକ୍ରି କ୍ଷମତା ବୃଦ୍ଧି ପାଇଁ ଜିଲାପାଳ ଚୟନୀ ଗୁରୁତ୍ୱାରୋପ କରିଥିଲେ। ଏଥିପାଇଁ ୫ ହଜାର ନୂଆ ବିକ୍ରୟ ସ୍ଥଳ କରାଯିବ। ଅଧିକ ମାତ୍ରାରେ କ୍ଷୀର କିଭଳି ବିକ୍ରି କରାଯିବ, ସେ ଦିଗରେ ଦୃଷ୍ଟି ଦିଆଯିବ। ଦଶ ହଜାର ନୂତନ ଦୁଗ୍ଧଚାଷୀଙ୍କୁ ପଞ୍ଜୀକରଣ କରାଯିବା ସହ ପ୍ରବାସୀ ଓଡ଼ିଆଙ୍କୁ ଏଥିରେ ନିୟୋଜିତ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଅବିଭକ୍ତ କଟକ ଜିଲାର ପଞ୍ଚାୟତ, ସ୍ବୟଂ ସହାୟକ ଗୋଷ୍ଠୀ, ବେସରକାରୀ ସଂସ୍ଥାଙ୍କୁ ଏଥିରେ ସାମିଲ କରିବା ସହ ଜିଲା ପ୍ରଶାସନ ଅଧିକାରୀଙ୍କୁ ଲୋଡ଼ାଯିବ। ଏଥିପାଇଁ ଏକ ସ୍ବତନ୍ତ୍ର ପ୍ଲାନ ପ୍ରସ୍ତୁତ କରାଯାଉଛି। ଜିଲାରେ ଏହି କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ, ତାହାର ତଦାରଖ ଦାୟିତ୍ୱ ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ରଙ୍କୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?