Posted inଖେଳ

ଫିଫା ବିଶ୍ୱକପ୍‌: ଭାରତୀୟ ଦର୍ଶକ ନେଇ କାତାରର ଆଶା

ମୁମ୍ବାଇ, ୨୨ା୪ (ପି.ଟି.)-କାତାର ୨୦୨୨ ଫିଫା ବିଶ୍ୱକପ୍‌ର ଆୟୋଜକ ହୋଇଛି। ସୌଦି ଆରବ ନେତୃତ୍ୱରେ କେତେକ ଦେଶ ଏହି ଦେଶକୁ ଅର୍ଥନୈତିକ ବାସନ୍ଦ କରିଥିଲେ ହେଁ ବହୁସଂଖ୍ୟାରେ ଭାରତୀୟ ମେଗା ଇଭେଣ୍ଟ ଦେଖିବା ଲାଗି ଦେଶକୁ ଆସିବେ ବୋଲି ବିଶ୍ୱକପ୍‌ ସିଇଓ ନାସେର ଅଲ୍‌ ଖାଟେର ଆଶାପ୍ରକାଶ କରି କହିଛନ୍ତି। ଦର୍ଶକଙ୍କ ଆଗମନ ପାଇଁ ଆମେ ଯଥାସମ୍ଭବ ଜଳପଥ ଏବଂ ଆକାଶ ପଥ ବ୍ୟବହାର କରିବୁ। ରୁଷିଆରେ ୨୦୧୮ ଫିଫା ବିଶ୍ୱକପ୍‌ ପାଇଁ ବହୁ ଭାରତୀୟ ଫୁଟ୍‌ବଲ ପ୍ରେମୀ ଯାଇଥିଲେ। ପ୍ରତିଯୋଗିତା ଲାଗି ଯୋଗ୍ୟତା ହାସଲ କରିପାରି ନ ଥିବା ଦେଶଗୁଡ଼ିକର ଦର୍ଶକଙ୍କ ମଧ୍ୟ ଭାରତୀୟଙ୍କ ସଂଖ୍ୟା ତୃତୀୟ ସର୍ବାଧିକ ଥିଲା। ସମସ୍ତ ଷ୍ଟାଡିୟମରେ ଅତ୍ୟାଧୁନୀକ କୁଲିଂ ବ୍ୟବସ୍ଥା କରାଯିବ। ଖଲିଫା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମର ଆଧୁନିକୀକରଣ କରାଯାଇଛି।ମ୍ୟାଚ ଖେଳାଯିବା ବେଳେ ଏହି ଷ୍ଟାଡିୟମର ବାହାରେ ତାପମାତ୍ରା ୪୦ଡିଗ୍ରୀ ସେଲସିଅସ ଥିବ। ମାତ୍ର ଅତ୍ୟାଧୁନୀକ କୁଲିଂ ସିଷ୍ଟମ ଦ୍ୱାରା ଷ୍ଟାଡିୟମ ଭିତର ତାପମାତ୍ରାକୁ ୨୩ ଡିଗ୍ରୀକୁ ହ୍ରାସ କରାଯିବ। ଭାରତୀୟଙ୍କ ଲାଗି ଭିଜାର ଅବଧି ବୃଦ୍ଧି କରାଯାଇଥିବା ଖାଟେର ସୂଚନା ଦେଇଛନ୍ତି। ବିଡ୍‌ ଉପସ୍ଥାପନ ବେଳେ ଆମେ ସୂଚାଇ ଦେଇଥିଲୁ ଯେ, ଅତ୍ୟାଧୁନୀକ କୁଲିଂ ବ୍ୟବସ୍ଥା ଦ୍ୱାରା ବିଶ୍ୱକପ୍‌ ବେଳେ ଷ୍ଟାଡିୟମର ତାପମାତ୍ରା ୨୦ରୁ ୩୦ ମଧ୍ୟରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri