Posted inଖେଳ

ଫିଫା ର଼୍ୟାଙ୍କିଙ୍ଗ: ଭାରତକୁ ୧୦୧ତମ ସ୍ଥାନ

ନୂଆଦିଲ୍ଲୀ, ୧୪।୬ (ପି.ଟି.)-ଶୁକ୍ରବାର ଫିଫା (ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ) ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତ ୧୦୧ତମ ସ୍ଥାନ ବଜାୟ ରଖିଛି। ଭାରତ ନିକଟରେ ଥାଇଲାଣ୍ଡରେ ଅନୁଷ୍ଠିତ କିଙ୍ଗ୍ସ କପ୍‌ରେ ତୃତୀୟ ସ୍ଥାନ ଅଧିକାର କରିଥିଲା। ଫିଫା ସ୍ବୀକୃତିପ୍ରାପ୍ତ ଏହି ଟୁର୍ନାମେଣ୍ଟରେ ନୂଆ କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କ ନେତୃତ୍ୱରେ ଭାରତ ଏହାଠାରୁ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ କୁରାକାଓଠାରୁ ୧-୩ରେ ପରାଜିତ ହୋଇଥିଲା। ପରେ ଦଳ ଆୟୋଜକ ଥାଇଲାଣ୍ଡ ବିପକ୍ଷରେ ୧-୦ ଗୋଲରେ ବିଜୟ ଲାଭ କରିଥିଲା। ଏହି ଫଳାଫଳ କିନ୍ତୁ ଭାରତର ର଼୍ୟାଙ୍କିଙ୍ଗ ସ୍ଥିତିରେ କୌଣସି ଫରକ ଆଣି ନ ଥିଲା। ଏହା ପୂର୍ବରୁ ଏପ୍ରିଲ ୪ ରେ ଫିଫା ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଥିଲା। ଏଥିରେ ଭାରତର ର଼୍ୟାଙ୍କିଙ୍ଗ ପଏଣ୍ଟ ୧୨୧୯ ରହିଥିଲା। ଦଳ ତାହା ବଜାୟ ରଖିଛି। ଫିଫା ର଼୍ୟାଙ୍କିଙ୍ଗ ତାଲିକାରେ ଏସୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ଭାରତୀୟ ଦଳ ୧୮ତମ ସ୍ଥାନରେ ରହିଛି। ଏସିଆର ଟପ୍‌ ୫ ମଧ୍ୟରେ ଇରାନ (୨୦ତମ) ଶୀର୍ଷରେ ରହିଥିବାବେଳେ ଏହା ପଛକୁ ଯଥାକ୍ରମେ ଜାପାନ (୨୮ତମ), କୋରିଆ (୩୭ତମ), ଅଷ୍ଟ୍ରେଲିଆ (୪୩ତମ) ଏବଂ କାତାର (୫୫ତମ) ରହିଛନ୍ତି। ଓଭରାଲ ଓ୍ବାଲର୍‌ଡ ର଼୍ୟାଙ୍କିଙ୍ଗ୍ସରେ ବେଲଜିୟମ ପୂର୍ବ ଭଳି ପ୍ରଥମ ସ୍ଥାନରେ ରହିଥିବା ବେଳେ ଏହା ପଛକୁ ଯଥାକ୍ରମେ ଫ୍ରାନ୍ସ, ବ୍ରାଜିଲ, ଇଂଲଣ୍ଡ ଏବଂ ପର୍ତ୍ତୁଗାଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri