ଫିଲିପାଇନ୍ସରେ ୨ଟି ଭୂକମ୍ପ ବଡ ବଡ କୋଠା କ୍ଷତିଗ୍ରସ୍ତ: ୮ ମୃତ, ୧୨ ଆହତ

ମନିଲା,୨୭।୭: ଫିଲିପାଇନ୍ସର ଲୋଜେନ ଦ୍ୱୀପର ଉତ୍ତରରେ ଥିବା ଦ୍ୱୀପ ଗୁଡିକରେ ଶନିବାର ୨ଟି ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଆହତ ହୋଇଛନ୍ତି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ରିକ୍ଟର ସ୍କେଲରେ ଏହି ଦୁଇଟି ଭୂକମ୍ପର ତୀବ୍ରତା ଥିଲା ୬.୪ ଓ ୫.୪। ସକାଳ ପ୍ରାୟ ୭ଟା ୩୮ ମିନିଟରେ ଏହି ଭୂକମ୍ପ ହୋଇଛି। ଇଟବାଇଟ ସହରରୁ ୧୨ କିଲୋମିଟର ଦୂର ଉତ୍ତର ପୂର୍ବରେ ଏହା ସଙ୍ଗଠିତ ହୋଇଥିଲା। ବାଟସେନର ରାଜ୍ୟପାଳ ମୋରିଲୋ କେକୋ ସିହ୍ନୁଆ ନ୍ୟୁଜକୁ ସୂଚନା ଦେଇ କହିଛନ୍ତି କି ଏହି ଭୂକମ୍ପରେ ୮ ଜଣଙ୍କ ମୃତ୍ୟୁ ହେବା ସହ ୧୨ ଆହତ ହୋଇଛନ୍ତି ତା’ସହ ବଡ ବଡ କୋଠା ଓ ଚର୍ଚ୍ଚ କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri