ଫୁଟବଲ ମ୍ୟାଚ୍‌ ବ୍ୟାନ୍‌କୁ ମେ’ ୩୧କୁ ଘୁଞ୍ଚାଇଲା ରୁଷିଆ

ମସ୍କୋ,୨।୪(ଏଏଫ୍‌ପି): କୋଭିଡ- ୧୯ ମହାମାରୀର ରୂପ ନେଇଥିବା ବେଳେ ରୁଷିଆନ ଫୁଟବଲ ଆସୋସିଏଶନ (ଆର୍‌ଏଫ୍‌ଏସ୍‌) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସବୁ ଫୁଟବଲ ମ୍ୟାଚ୍‌କୁ ବ୍ୟାନ୍‌ କରାଯାଇଥିବା ବେଳେ ଏବେ ଏହାକୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛ ବୋଲି ଆରଏଫ୍‌ଏସ୍‌ ତରଫରୁ କୁହାଯାଇଛି। ରୁଷିଆରେ କରୋନ ଭାଇରସ୍‌ର ସଂକ୍ରମଣକୁ ଦୃଷ୍ଟିରେ ରଖି ସବୁ କ୍ରୀଡ଼ା ଇଭେଣ୍ଟକୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି ବୋଲି ଆର୍‌ଏଫ୍‌ଏସ୍‌ ଓ୍ବେବ୍‌ସାଇଟ୍‌ରେ ଘୋଷଣା କରାଯାଇଛି। ପୂର୍ବରୁ ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ସବୁ ଇଭେଣ୍ଟକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏବେ ଏହି ଅବଧୀରେ ବୃଦ୍ଧି ଘଟିଛି। ରୁଷିଆନ ପ୍ରିମିୟର ଲିଗ୍‌ ମଧ୍ୟ ଏହି ନିଷ୍ପତ୍ତିକୁ ମାନିନେଇଛି।
ଏବେ ଆମେ ଚାମ୍ପିୟନଶିପ୍‌କୁ ଶେଷ କରିବାକୁ ଚାହୁଁନାହୁଁ ହେବାଲି ଲିଗ୍‌ ଅଧ୍ୟକ୍ଷ ସର୍ଗେଇ ପ୍ରିୟାଡକିନ କହିଛନ୍ତି। ରୁଷିଆନ୍‌ ପ୍ରିମିୟର ଲିଗ୍‌ ଫୁଟବଲରଙ୍କ ଦରମା କାଟ କରିବାକୁ ଏବେ ଆଲୋଚନା ଚାଲିଛି ବୋଲି ସେ କହିଛନ୍ତି। ଏହି କ୍ରମରେ ସେ କ୍ଲବ୍‌ ସ୍ପାର୍ଟାକ ମସ୍କୋକୁ ପ୍ରଶଂସା କରିଛନ୍ତି। ଦେଶର ପ୍ରଥମ କ୍ଲବ ଭାବେ ଏହି କ୍ଳବ ଦରାମା ବା ପାଉଣା କାଟ କରିବାକୁ ନିଷ୍ପତ୍ତି ନେଇଥିଲା। ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ସ୍ପାର୍ଟାକ ମସ୍କୋର ଫୁଟବଲର ମାନେ ପୂର୍ବରୁ ୪୦ ପ୍ରତିଶତ କମ୍‌ ଦରମା ନେବାକୁ ସମ୍ମତି ପ୍ରକାଶ କରିଥିଲେ। କ୍ଲବର ଏହି ଦୁଃସମୟରେ ଖେଳାଳିମାନେ ସହଯୋଗ କରିବାକୁ ଏପରି ନିଷ୍ପତ୍ତି ନେଇଥିଲେ। ଉଲ୍ଲେଖଥାଉ କି, ରୁଷିଆରେ ୨,୭୭୭ ଜଣ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି ଓ ୨୪ ଜଣ ମୃତ୍ୟୁମୁଖରେ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?