ଫୁଟିଲା ପାରିଜାତ

ଚିତ୍ରଡ଼ା,୩୦।୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ନୂଆଝାଳିଆ ପଞ୍ଚାୟତ କାନ୍ଦଣା ଗ୍ରାମର ଶିକ୍ଷକ ମେଘନାଦ ସିଙ୍କ ବଗିଚାରେ ବିରଳ ପାରିଜାତ ଫୁଲ ଫୁଟିଛି। ଏହାକୁ ଦେଖିବା ପାଇଁ ସେଠାରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମୁଛି। ମେଘନାଦ ବର୍ତ୍ତମାନ ଉଫାଲ ଗଡ଼ିଆ ଉପ୍ରା ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ବିଭିନ୍ନ ପ୍ରକାର ଫୁଲ ଏବଂ ଫଳ ଗଛ ଲଗାଇବାରେ ସେ ଖୁସି ଅନୁଭବ କରିନ୍ତି। ସେ ତାଙ୍କ ବଗିଚାରେ ପାରିଜାତ ସମେତ ଲିଚୁ, ରୁଦ୍ରାକ୍ଷ, ସପେତା, ଓଉ, ବଉଳ, ନାଗେଶ୍ୱର, ଅଶୋକ, କାମିନୀ, ଚମ୍ପା, ତେଜପତ୍ର, ସ୍ଥଳପଦ୍ମ, ରବର, ଅପରାଜିତା ଆଦି ବିଭିନ୍ନ ଗଛ ଲଗାଇଛନ୍ତି। ମଙ୍ଗଳବାର ଭୋର ସମୟରେ ପାରିଜାତ ଫୁଲଟି ଫୁଟି ଥିବା ଦେଖିବାକୁ ମିଳିଥିଲା। ମେଘନାଦ ସେହି ଗଛଟିକୁ ପଶ୍ଚିମବଙ୍ଗର କାଁଥିରୁ ଗତ ୫ ବର୍ଷ ତଳେ ଆଣିଥିଲେ। ଏହି ଫୁଲଟିକୁ ଚିତ୍ରଡା ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପକ ଅନୁପ କୁମାର ମହାକୁଡ଼ଙ୍କୁ ଦେଖାଇବାରୁ ଏହା ପାରିଜାତ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?