Posted inଖେଳ

ଫୁଟ୍‌ବଲରୁ ରୋବେନଙ୍କ ଅବସର

ଦି ହେଗ୍‌ (ନେଦରଲାଣ୍ଡ୍ସ), ୫।୭ (ଏଏଫ୍‌ପି)- ନେଦରଲାଣ୍ଡ୍ସ ଫୁଟ୍‌ବଲ ଷ୍ଟାର୍‌ ଆର୍ଜେନ ରୋବେନ ଗୁରୁବାର ସମସ୍ତ ପ୍ରକାର ଫୁଟ୍‌ବଲରୁ ଅବସର ଘୋଷଣା କରିଛନ୍ତି। ଏଥିପୂର୍ବରୁ ୨୦୧୮ ଫିଫା ବିଶ୍ୱକପ୍‌କୁ ନେଦରଲାଣ୍ଡ୍ସ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହେବାପରେ ୩୫ ବର୍ଷୀୟ ରୋବେନ ଅନ୍ତର୍ଜାତୀୟ ଫୁଟ୍‌ବଲରୁ ସନ୍ନ୍ୟାସ ଗ୍ରହଣ କରିଥିଲେ। ଜର୍ମାନର ଜଣାଶୁଣା କ୍ଲବ ବେୟର୍ନ ମ୍ୟୁନିକ ପାଇଁ ସେ ୧୦ ବର୍ଷଧରି ଖେଳିଥିଲେ। ବେୟର୍ନ ମ୍ୟୁନିକ ସହ ତାଙ୍କ ଚୁକ୍ତି ଗତ ଜୁନ୍‌ ୩୦ରେ ସମାପ୍ତ ହୋଇଥିଲା। ଜାତୀୟ ଦଳ ପକ୍ଷରୁ ରୋବେନ ୯୬ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ୩୭ ଗୋଲସ୍କୋର କରିଛନ୍ତି। ୨୦୧୦ ବିଶ୍ୱକପ୍‌ରେ ଦଳକୁ ଫାଇନାଲରେ ପହଞ୍ଚାଇବା ଏବଂ ୨୦୧୪ରେ ୩ୟ ସ୍ଥାନ ହାସଲ କରାଇବାରେ ତାଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଥିଲା। ଚେଲ୍‌ସା ପକ୍ଷରୁ ପ୍ରତିନିଧିତ୍ୱ କରି କ୍ୟାରିୟରରେ ସେ ୨ଥର (୨୦୦୫ ଓ ୨୦୦୬) ପ୍ରିମିୟର ଲିଗ୍‌ ଟାଇଟଲ୍‌ ଜିତିଥିଲେ। ଜୋଶ୍‌ ମୋରିନୋ ସେତେବେଳେ ଚେଲ୍‌ଶାର ମ୍ୟାନେଜର ତଥା ପ୍ରଶିକ୍ଷକ ରହିଥିଲେ। ଏଥିପୂର୍ବରୁ ସେ ରିୟଲ ମାଡ୍ରିଡ୍‌ ପକ୍ଷରୁ ଲା ଲିଗା ଟ୍ରଫି ମଧ୍ୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri