ଫୁଲ ତୋଳିବାକୁ ଯାଇ ପୋଖରୀରେ ବୁଡ଼ମଲେ ବୃଦ୍ଧ

ସୁକିନ୍ଦା,୩ା୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଆମ୍ପଳବା ଗ୍ରାମର ପଦ୍ମପୋଖରୀରେ ବୁଡି ରବିବାର ସନ୍ଧ୍ୟାରେ ଢେଙ୍କାନାଳ ଜିଲା ଭୁବନ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେନାପତି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସୋମବାର ସକାଳେ ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସହ ଖୁଖୁନ ସିଙ୍ଗ, ଅମୀୟ ଦଳେଇ, ଅନିଲ ରାଉତ, ଗଗନ ଦାସ, ଅସିତ ସେଠୀ ପ୍ରମୁଖ ପହଞ୍ଚତ୍ ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲେ। ଏ ନେଇ ସୁକିନ୍ଦା ପୋଲିସ ଏକ ଅପମୃତ୍ୟୁ ମାମଲା (ନ.ଂ୧୯/୧୯) ରୁଜୁକରି ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପରିବାରକୁ ଆର୍ଥକ ସହାୟତା ପାଇଁ ଭୁବନ ଓ ସୁକିନ୍ଦା ଅଞ୍ଚଳବାସୀ ଦାବି କରିଛନ୍ତି। ପ୍ରକାଶ ଯେ, ପୂର୍ଣ୍ଣଚନ୍ଦ୍ର ଦୈନନ୍ଦିନ ଫୁଲ ବିକ୍ରିକରି ପରିବାର ପ୍ରତିପୋଷଣ କରିଥାନ୍ତି। ଗଣେଶ ପୂଜା ଥିବାରୁ ରିବିବାର ସନ୍ଧ୍ୟାରେ ପୋଖରୀରୁ ପଦ୍ମ ତୋଳିବାକୁ ଯାଇଥିଲେ। ହେଲେ ପୋଖରୀ ଦଳ ମଧ୍ୟରେ ଛନ୍ଦି ହୋଇ ପଙ୍କ ମଧ୍ୟରେ ପଡିଯାଇ ମୃତ୍ୟୁବରଣ କରିଥିଲେ। ଖବର ପାଇ ସୁକିନ୍ଦା ଥାନାଧିକାରୀ ବିଚିତ୍ରାନନ୍ଦ ସେଠୀ, ଏସ୍‌ଆଇ ଅନ୍ତର୍ଯାମୀ ଶ୍ରୀଚନ୍ଦନ ପୋଲିସ ଟିମ୍‌ ସହ ପହଞ୍ଚତ୍ଥିଲେ। ଏଥିସହ ସୁକିନ୍ଦା ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ପୂଣ୍ଣର୍ର୍ଚନ୍ଦ୍ର ଟିମ୍‌ ସହ ପହଞ୍ଚତ୍ଥିଲେ। ମାତ୍ର ଉକ୍ତ ପୋଖରୀରେ ବିଷଧର ସାପ ରହୁଥିବା ଗ୍ରାମବାସୀ କହିବା ପରେ ମୃତଦେହ ସକାଳେ ଉଦ୍ଧାର କରାଯିବା ନେଇ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri