ଫୁଲ ତୋଳିବାକୁ ଯାଇ ପୋଖରୀରେ ବୁଡ଼ମଲେ ବୃଦ୍ଧ

ସୁକିନ୍ଦା,୩ା୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଆମ୍ପଳବା ଗ୍ରାମର ପଦ୍ମପୋଖରୀରେ ବୁଡି ରବିବାର ସନ୍ଧ୍ୟାରେ ଢେଙ୍କାନାଳ ଜିଲା ଭୁବନ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେନାପତି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସୋମବାର ସକାଳେ ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସହ ଖୁଖୁନ ସିଙ୍ଗ, ଅମୀୟ ଦଳେଇ, ଅନିଲ ରାଉତ, ଗଗନ ଦାସ, ଅସିତ ସେଠୀ ପ୍ରମୁଖ ପହଞ୍ଚତ୍ ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲେ। ଏ ନେଇ ସୁକିନ୍ଦା ପୋଲିସ ଏକ ଅପମୃତ୍ୟୁ ମାମଲା (ନ.ଂ୧୯/୧୯) ରୁଜୁକରି ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପରିବାରକୁ ଆର୍ଥକ ସହାୟତା ପାଇଁ ଭୁବନ ଓ ସୁକିନ୍ଦା ଅଞ୍ଚଳବାସୀ ଦାବି କରିଛନ୍ତି। ପ୍ରକାଶ ଯେ, ପୂର୍ଣ୍ଣଚନ୍ଦ୍ର ଦୈନନ୍ଦିନ ଫୁଲ ବିକ୍ରିକରି ପରିବାର ପ୍ରତିପୋଷଣ କରିଥାନ୍ତି। ଗଣେଶ ପୂଜା ଥିବାରୁ ରିବିବାର ସନ୍ଧ୍ୟାରେ ପୋଖରୀରୁ ପଦ୍ମ ତୋଳିବାକୁ ଯାଇଥିଲେ। ହେଲେ ପୋଖରୀ ଦଳ ମଧ୍ୟରେ ଛନ୍ଦି ହୋଇ ପଙ୍କ ମଧ୍ୟରେ ପଡିଯାଇ ମୃତ୍ୟୁବରଣ କରିଥିଲେ। ଖବର ପାଇ ସୁକିନ୍ଦା ଥାନାଧିକାରୀ ବିଚିତ୍ରାନନ୍ଦ ସେଠୀ, ଏସ୍‌ଆଇ ଅନ୍ତର୍ଯାମୀ ଶ୍ରୀଚନ୍ଦନ ପୋଲିସ ଟିମ୍‌ ସହ ପହଞ୍ଚତ୍ଥିଲେ। ଏଥିସହ ସୁକିନ୍ଦା ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ପୂଣ୍ଣର୍ର୍ଚନ୍ଦ୍ର ଟିମ୍‌ ସହ ପହଞ୍ଚତ୍ଥିଲେ। ମାତ୍ର ଉକ୍ତ ପୋଖରୀରେ ବିଷଧର ସାପ ରହୁଥିବା ଗ୍ରାମବାସୀ କହିବା ପରେ ମୃତଦେହ ସକାଳେ ଉଦ୍ଧାର କରାଯିବା ନେଇ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri