ଫୁଲନଖରା ନକଲି ତେଲ କାରଖାନା ଉପରେ ଚଢ଼ାଉ: ମେଶିନ ସହ ବିଭିନ୍ନ ସାମଗ୍ରୀ ଜବତ

ଫୁଲନଖରା,୨୮।୮(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଫୁଲନଖରା ନିକଟ ବମ୍ଫକୁଦଠାରେ ଚାଲିଥିବା ନକଲି ଖାଇବାତେଲ କାରଖାନା ଉପରେ ବୁଧବାର ସକାଳେ ପୋଲିସ ଚଢ଼ାଉ କରିଛି। ଏଥିରେ ୧୦ ହଜାର ଅପମିଶ୍ରିିତ ତେଲ ଟିଣ, ମେଶିନ, ଖାଲି ବୋତଲ, ଲୋଗୋ ଜବତ କରାଯାଇଛି। ପୋଲିସ କାରଖାନା ମାଲିକ କଟକ ଖାନ୍‌ନଗରସ୍ଥିତ ଜଗନ୍ନାଥ ସାହୁ ଓରଫ ନଗୁନିଙ୍କ ସହ କେତେକ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।
ସୂଚନାଯୋଗ୍ୟ, ଦୀର୍ଘ ୨୦ ବର୍ଷ ଧରି ଚାଲିଆସୁଥିବା ଏହି କାରଖାନାକୁ କଲିକତା ହଳଦିଆରୁ କଞ୍ଚାମାଲ ଆସୁଥିଲା। ପରେ ଏହାକୁ ଖୁସିଗୋଲ୍ଡ, ଡାଲ୍‌ଡା, ପାଓ୍ବାର ଆଦି ନାମରେ ଅପମିଶ୍ରିତ କରାଯାଇ କଟକ ମାଲ୍‌ଗୋଦାମ, କେନ୍ଦ୍ରାପଡ଼ା, ଫଟ୍ଟାମୁଣ୍ଡାଇ, ଯାଜପୁର, ମଙ୍ଗଳପୁର ବିକ୍ରି ପାଇଁ ଯାଉଥିଲା। ମଙ୍ଗଳବାର ଏହି ତେଲ ନକଲି ବୋଲି ଜାଣି ଜଣେ ବ୍ୟବସାୟୀ ମାଲ୍‌ଗୋଦାମ ଥାନାରେ ଖବର ଦେଇଥିଲେ। ପରେ ମାଲ୍‌ଗୋଦାମ ପୋଲିସ କଟକ ସଦର ଥାନାକୁ ଜଣାଇଥିଲା। ଉଭୟ ଥାନାର ୨ ଅଧିକାରୀ ମଙ୍ଗଳବାର ରାତିରେ କାରଖାନା ଠାବ କରିଥିବା ବେଳେ ବୁଧବାର ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୪ନଂ. ଜୋନ୍‌ ଏସିପି ସତ୍ୟରଞ୍ଜନ ମଲ୍ଲିକ, କଟକ ସଦର ଆଇଆଇସି ସୁଧାଂଶୁ ଭୂଷଣ ଜେନା, ଏସ୍‌ଆଇ ବବିତା ସାହୁ ଓ ଏଏସ୍‌ଆଇ ସନ୍ତୋଷ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri