Posted inଖେଳ

ଫେଡରର, ନାଡାଲ ଚତୁର୍ଥ ରାଉଣ୍ଡରେ

ପ୍ୟାରିସ୍‌, ୧।୬-ପୂର୍ବତନ ଚାମ୍ପିୟନ ରୋଜର ଫେଡରର ଓ ରାଫାଲ ନାଡାଲ ଉଭୟେ ରେକର୍ଡ ୧୪ତମ ଥର ପାଇଁ ଫ୍ରେଞ୍ଚ୍‌ ଓପନ ପୁରୁଷ ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ୟାରିସରେ ସର୍ବାଧିକ ଥର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରି ରେକର୍ଡ ପ୍ରତିଷ୍ଠା କରିଥିବା ପୂର୍ବତନ ବିଶ୍ୱର ନମ୍ବର ଓ୍ବାନ ଖେଳାଳି ଆମେରିକାର ବଜ୍‌ ପ୍ୟାଟିଙ୍କ ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। ଫେଡରର ଶୁକ୍ରବାର ନରଓ୍ବେରେ କାସ୍ପର ରୁଡ୍‌ଙ୍କୁ ୬-୩, ୬-୧, ୭-୬ (୧୦-୮) ସେଟ୍‌ରେ ହରାଇ ଦେଇଛନ୍ତି। ଏହା ଦ୍ୱାରା ସେ ଇତିହାସରେ ପ୍ରଥମ ଖେଳାଳି ଭାବେ ୪୦୦ ଗ୍ରାଣ୍ଡସ୍ଲାମ ମ୍ୟାଚ ଖେଳିବାର ଗୌରବ ଅର୍ଜନ କରିଛନ୍ତି। କେବଳ ସେତିକି ନୁହେଁ, ୩୭ ବର୍ଷୀୟ ଫେଡରର ୧୯୯୧ ପରେ ସବୁଠାରୁ ବୟସ୍କ ଖେଳାଳି ହିସାବରେ ଏକ ଗ୍ରାଣ୍ଡସ୍ଲାମରେ ଚତୁର୍ଥ ରାଉଣ୍ଡକୁ ଉନ୍ନୀତ ହୋଇପାରିଛନ୍ତି। ପୂର୍ବରୁ ୧୯୯୧ରେ ଜିମ୍ମି କନ୍ନର୍ସ ୩୯ ବର୍ଷ ବୟସରେ ୟୁଏସ ଓପନ୍‌ରେ ଏହି ପର୍ଯ୍ୟାୟରେ ପ୍ରବେଶ କରିପାରିଥିଲେ। ଏହାଛଡ଼ା ୨୦ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଫେଡରର ପ୍ରଥମ ଖେଳାଳି ହିସାବରେ ଫ୍ରେଞ୍ଚ ଓପନରେ ୧୪ଥର ଚତୁର୍ଥ ରାଉଣ୍ଡକୁ ଉନ୍ନୀତ ହୋଇ ପାରିଛନ୍ତି। ନାଡାଲ ୨୭ତମ ସିଡ୍‌ ତଥା ବେଲଜିୟମର ଡେଭିଡ ଗଫିନଙ୍କୁ ୬-୧, ୬-୩, ୪-୬, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri