Posted inଖେଳ

ଫେଡରର-ନାଡାଲ ସେମିଫାଇନାଲ: କୋଣ୍ଟାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି

ପ୍ୟାରିସ, ୫ା୬-ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ଦୁଇ ଷ୍ଟାର ଖେଳାଳି ସୁଇରଲାଣ୍ଡର ରୋଜର ଫେଡରର ଏବଂ ସ୍ପେନ୍‌ର ରାଫାଲ ନାଡାଲଙ୍କ ମଧ୍ୟରେ ମୁକାବିଲା ହେବ। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଫେଡରର ନିଜ ଦେଶର ଷ୍ଟାନ ଓ୍ବାରିଙ୍କାଙ୍କୁ ୭-୬(୭-୪), ୪-୬, ୭-୬(୭-୫), ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ଅନ୍ୟ ଏକ କ୍ୱାର୍ଟରଫାଇନାଲରେ ନାଡାଲ ଆମେରିକାର ଜାପାନର କେଇ ନିଶିକୋରିଙ୍କୁ ୬-୧, ୬-୧, ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି। ମହିଳା ସିଙ୍ଗଲ୍ସରେ ଜୋହାନା କୋଣ୍ଟା ଅସାଧାରଣ ପ୍ରଦର୍ଶନ ଜାରି ରଖିଛନ୍ତି। ୧୯୮୩ ପରେ ସେ ପ୍ରଥମ ବ୍ରିଟିଶ ମହିଳା ଖେଳାଳି ହିସାବରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ୨୬ତମ ସିଡ୍‌ପ୍ରାପ୍ତ ବ୍ରିଟେନର ଏହି ନମ୍ବର ଓ୍ବାନ ଖେଳାଳି ଆମେରିକାର ୭ମ ସିଡ୍‌ ସ୍ଲୋଏନ୍‌ ଷ୍ଟିଫେନ୍ସଙ୍କୁ ୬-୧, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ୨୮ ବର୍ଷୀୟା କୋଣ୍ଟା ତିନୋଟି ସର୍ଭିସ ବ୍ରେକ୍‌ କରିଥିବାବେଳେ ତାଙ୍କ ସର୍ଭିସ ବେଳେ ମାତ୍ର ୧୩ ପଏଣ୍ଟ ବ୍ରେକ୍‌ କରିଥିଲେ। ବ୍ରିଟିଶ ମହିଳା ଟେନିସ ଖେଳାଳି ତାଙ୍କ ତୃତୀୟ ଗ୍ରାଣ୍ଡସ୍ଲାମ ସେମିଫାଇନାଲ ଖେଳିବେ। ପୂର୍ବରୁ ସେ ୨୦୧୬ ଅଷ୍ଟ୍ରେଲିଆନ ଓପନ ଏବଂ ୨୦୧୭ ଓ୍ବିମ୍ବେଲଡନ ସେମିଫାଇନାଲରେ ପ୍ରବେଶ କରିପାରିଥିଲେ। ୩୬ ବର୍ଷ ପୂର୍ବେ ଜୋ ଡୁରି ଶେଷ ବ୍ରିଟେନ ଖେଳାଳି ହିସାବରେ ମହିଳା ସେମିଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri