Posted inଖେଳ

ଫେଡରରଙ୍କୁ ହରାଇଲେ ଜୋକୋଭିଚ୍‌

ମେଲବୋର୍ନ, ୩୧ା୧ (ଏଏଫ୍‌ପି)-ରୋଜର ଫେଡରରଙ୍କୁ ସିଧାସଳଖ ସେଟ୍‌ରେ ହରାଇ ନୋଭାକ ଜୋକୋଭିଚ୍‌ ୮ମ ଥର ପାଇଁ ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଟପ୍‌ ସିଡ୍‌ ଆଶଲେ ବାର୍ଟିଙ୍କ ବିପକ୍ଷରେ ବିଜୟ ହାସଲ କରି ଆମେରିକାର ସୋଫିଆ କେନିନ୍‌ ମହିଳା ସିଙ୍ଗଲ୍ସ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ପ୍ରଥମ ସେଟ୍‌ରେ ଏକ ବ୍ରେକ୍‌ ଡାଉନ୍‌ରୁ ଜୋକୋଭିଚ୍‌ ଦୁଇଥର ଲଢୁଆ ପ୍ରତ୍ୟାବର୍ତ୍ତନ କରିଥିଲେ। ଏକ ଟାଇବ୍ରେକରରେ ପ୍ରାଧାନ୍ୟ ବିସ୍ତାର ପରେ ଆଉ ପଛକୁ ଫେରି ନ ଥିଲେ। ମ୍ୟାଚକୁ ସେ ୭-୬ (୭/୧), ୬-୪, ୬-୩ରେ ଜିତି ନେଇଥିଲେ। ମ୍ୟାଚ ବେଳେ ଫେଡରର ଥରେ ମେଡିକାଲ ଟାଇମ୍‌ ଆଉଟ୍‌ର ଆବଶ୍ୟକ କରିଥିଲେ। ମେଲବୋର୍ନ ପାର୍କରେ ୬ଥର ଚାମ୍ପିୟନ ୩୮ବର୍ଷୀୟ ଫେଡରର ଟେନିସ ସ୍ୟାଣ୍ଡ୍‌ଗ୍ରେନ୍‌ଙ୍କ ବିପକ୍ଷ ୫ ସେଟ୍‌ ବିଶିଷ୍ଟ କ୍ୱାର୍ଟରଫାଇନାଲ ମ୍ୟାଚ ଖେଳୁଥିବାବେଳେ ତାଙ୍କ ଉରୁସନ୍ଧିରେ ଆଘାତ ଲାଗିଥିଲା। ତେଣୁ ସେମିଫାଇନାଲରୁ ସେ ଓହରିଯାଇପାରନ୍ତି ବୋଲି ଶୁଣିବାକୁ ମିଳିଥିଲା। ଶୁକ୍ରବାର ଅନ୍ୟ ସେମିଫାଇନାଲ ମୁକାବିଲା ଡୋମିନିକ୍‌ ଥିମ୍‌ ଏବଂ ଆଲେକ୍‌ଜାଣ୍ଡର ଜେଭରେଭଙ୍କ ମଧ୍ୟରେ ହେବ। ଥିମ୍‌ ବୁଧବାର ବିଶ୍ୱର ନମ୍ବର ଓ୍ବାନ ଖେଳାଳି ରାଫାଲ ନାଡାଲଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ମହିଳା ବିଭାଗରେ ୨୧ ବର୍ଷୀୟା କେନିନ୍‌ ଅଷ୍ଟ୍ରେଲିଆର ବାର୍ଟିଙ୍କୁ ୭-୬, (୮/୬), ୭-୫ ସେଟ୍‌ରେ ହରାଇ ବିପର୍ଯ୍ୟୟ ସୃଷ୍ଟି କରିବା ସହ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଫାଇନାଲରେ ସେ ଗାର୍ବିନ ମୁଗୁରୁଜାଙ୍କୁ ଭେଟିବେ। ମୁଗୁରୁଜା ଅନ୍ୟ ଏକ ସେମିଫାଇନାଲରେ ଓ୍ବିମ୍ବେଲଡନ ଚାମ୍ପିୟନ ସିମୋନା ହାଲେପ୍‌ଙ୍କୁ ୭-୬ (୧୦/୮), ୭-୫ ସେଟ୍‌ରେ ପରାସ୍ତ କରିଛନ୍ତି। ଏଥର ଟୁର୍ନାମେଣ୍ଟରେ ଆମେରିକାର ସେରେନା ଓ୍ବିଲିୟମ୍ସ ଏବଂ ୧୫ ବର୍ଷୀୟା କୋକୋ ଗଫ୍‌ଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିଥିଲା। କେନିନଙ୍କ କଥା ଆଲୋଚନା ପରିସରରେ ନ ଥିଲା। ମାତ୍ର ସେ ପ୍ରଥମ ଥର ଏକ ଗ୍ରାଣ୍ଡସ୍ଲାମ ଫାଇନାଲ ଖେଳିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri