Posted inଜାତୀୟ

ଫେବୃୟାରୀ ଯାଏ ଗ୍ରେ ଲିଷ୍ଟରେ ରହିବ ପାକ୍‌

ଇସ୍‌ଲାମାବାଦ, ୧୭ା୧୦(ପି.ଟି.): ଆତଙ୍କବାଦକୁ ନେଇ ପାକିସ୍ତାନ ଏକଘରକିଆ ହୋଇପଡ଼ିଥିବାବେଳେ ଏହାକୁ ପୁଣି ଏକ ଝଟକା ଲାଗିଛି। ପାକିସ୍ତାନକୁ ଆସନ୍ତା ୨୦୨୦ ଫେବୃୟାରୀ ମାସ ପର୍ଯ୍ୟନ୍ତ ଗ୍ରେ ଲିଷ୍ଟରେ ରଖିବା ଲାଗି ଏଫ୍‌ଏଟିଏଫ୍‌( ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ) ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମିଡିଆ ରିପୋର୍ଟରୁ ଜଣାପଡ଼ିଛି। ଏଥିସହ ଏହି ସମୟ ମଧ୍ୟରେ ଆତଙ୍କବାଦୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା, ସେମାନଙ୍କୁ ଆର୍ଥିକ ସହଯୋଗ ଦେବା ବନ୍ଦକରିବା, ମନିଲଣ୍ଡରିଂରୁ ଦୂରେଇ ରହିବା ଲାଗି ଅଧିକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୧୯୮୯ରେ ଗଠିତ ଏଫ୍‌ଏଟିଏଫ୍‌ ନାମକ ଆନ୍ତଃ ସରକାରୀ ସଂସ୍ଥା ଆତଙ୍କବାଦୀଙ୍କୁ ଅର୍ଥ ସହଯୋଗ ଦେବା, ମନିଲଣ୍ଡରିଂ ରୋକିବା ଉପରେ କାର୍ଯ୍ୟ କରିଥାଏ। ପ୍ୟାରିସ୍‌ରେ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ପାକିସ୍ତାନ ଆବଭାବ ଉପରେ ସମୀକ୍ଷା କରାଯାଇଥିଲା। ଆତଙ୍କବାଦୀଙ୍କୁ ଅର୍ଥଯୋଗାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା ଲାଗି ପାକିସ୍ତାନକୁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। ୨୦୨୦ ଫେବୃୟାରୀରେ ଏନେଇ ପରବର୍ତ୍ତି ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ଶୁକ୍ରବାର ଏନେଇ ଘୋଷଣା ହେବାକୁ ଥିବାବେଳେ ଏଭଳି ରିପୋର୍ଟକୁ ପାକ୍‌ ଅର୍ଥମନ୍ତ୍ରଣାଳୟର ମୁଖପାତ୍ର ଓମାର ହମିଦ ଖାନ୍‌ ପ୍ରତ୍ୟାଖ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri