ଫେବୃୟାରୀ ୧୫ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ୨୦୨୦ ଫେବୃୟାରୀ ୧୫ରୁ ଉଭୟ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୦ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ପରୀକ୍ଷା ମାର୍ଚ୍ଚ ୩୦ରେ ଶେଷ ହେବ। ପ୍ରତିଦିନ ପରୀକ୍ଷା ପୂର୍ବାହ୍ନ ୧୦ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ୩୦ମିନିଟ୍‌ରେ ଶେଷ ହେବ। ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ରରେ ୯ଟା ୩୦ ସୁଦ୍ଧା ପହଞ୍ଚତ୍ବେ। ୧୦ଟାରେ ଉତ୍ତରଖାତା ଦିଆଯିବ ଓ ୧୦ଟା ୧୫ରେ ପ୍ରଶ୍ନପତ୍ର ଦିଆଯିବ। ପ୍ରଶ୍ନପତ୍ର ଭଲରେ ପଢ଼ିବା, କିପରି ଓ କେଉଁ ପ୍ରଶ୍ନକୁ ଆଗେ ଉତ୍ତର ଲେଖିବାକୁ ହେବ ସେଥିପାଇଁ ଛାତ୍ରୀଛାତ୍ରମାନଙ୍କୁ ୧୫ମିନିଟ୍‌ ସମୟ ଦିଆଯାଇଛି। ଏହାପରେ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ସମ୍ପର୍କରେ ସମସ୍ତ ସୂଚନା ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ୍‌ www.cbse.nic.inରେ ଉପଲବ୍ଧ ରହିଛି। ଓ୍ବେବ୍‌ସାଇଟ୍‌ରୁ ଛାତ୍ରୀଛାତ୍ରମାନେ ସେମାନଙ୍କ ପରୀକ୍ଷାର ସୂଚୀ ସମ୍ପର୍କରେ ଜାଣିପାରିବେ। ସୂଚନାଯୋଗ୍ୟ, ଗତବର୍ଷ ଦଶମ ପରୀକ୍ଷା ମାର୍ଚ୍ଚ ୭ରୁ ୨୯ ଏବଂ ଦ୍ୱାଦଶ ପରୀକ୍ଷା ମାର୍ଚ୍ଚ ୨ରୁ ଏପ୍ରିଲ ୨ପର୍ଯ୍ୟନ୍ତ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri