ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୨୧।୧

କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର ଅପରାହ୍ନ ସାଢ଼େ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି କହିଲେ, କପିଳାସ ଜାଗର ଯାତ୍ରା ଓଡ଼ିଶାରେ ପ୍ରସିଦ୍ଧ। ସବୁ ବିଭାଗ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କଲେ ଏହା ବିଧିବ୍ୟବସ୍ଥିତ ହୋଇପାରିବ। ରାଜପୁରୋଧା ପଞ୍ଚାନନ ମିଶ୍ରଙ୍କ ଦ୍ୱାରା ଅନୁମୋଦିତ ସମୟ ନିର୍ଘଣ୍ଟ ଅନୁଯାୟୀ ପ୍ରାତଃ ୪ଟା ୨୦ରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ ବୋଲି ଉପଜିଲାପାଳ ତଥା ଦେବୋତ୍ତର ନିର୍ବାହୀ ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ସୂଚନା ଦେଇଛନ୍ତି।
ଗତବର୍ଷ ଯାତ୍ରା ପାଇଁ ୧୧ଲକ୍ଷ ବ୍ୟୟ ଅଟକଳ ହୋଇଥିବାବେଳେ ୧୦ଲକ୍ଷ ୩୩ ହଜାର ଖର୍ଚ୍ଚ ହୋଇଥିଲା। ଚଳିତବର୍ଷ ୬ଲକ୍ଷ ୯୮ହଜାର ୧୦୦ଟଙ୍କା ବ୍ୟୟ ଅଟକଳ କରାଯାଇଛି, ଯାହା ଗତବର୍ଷଠାରୁ ଯଥେଷ୍ଟ କମ୍‌। ପୀଠ ପରିସରରେ ଭଜନ ସମାରୋହ ଅନୁଷ୍ଠିତ ହେବା ପାଇଁ ସ୍ଥିର ହୋଇଛି। ହେଲେ ପୀଠ ପାଦଦେଶରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଚଳିତବର୍ଷ ବନ୍ଦ ରଖାଯାଇଛି। ମନ୍ଦିର ପରିସରରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଉଭୟ ଘାଟି ଓ ପାହାଚ ରାସ୍ତାରେ ପର୍ଯ୍ୟାପ୍ତ ଆଲୋକ ବ୍ୟବସ୍ଥା, ବିଦ୍ୟୁତ୍‌ କାଟ ସମୟରେ ଜେନେରେଟର ଏବଂ ସେସୁ ପକ୍ଷରୁ ଅଧିକ ଟ୍ରାନ୍ସଫର୍ମର ବସାଯିବ। ସେହିପରି ଅସ୍ଥାୟୀ ଦୋକାନୀଙ୍କୁ ସ୍ଥାନ ବଣ୍ଟନ କରାଯିବା ସହ ମହାସୁଲ ଆଦାୟ ହେବ। ଦେବୋତ୍ତର ଅଧିକାରୀ, ତହସିଲ ପ୍ରଶାସନ, ରାଜସ୍ବ ବିଭାଗ, ପୋଲିସ ଏବଂ ସ୍ଥାନୀୟ ଜନପ୍ରତିନିଧି ଏହାକୁ ତଦାରଖ କରିବେ। ସାପ କବଳରୁ ଶ୍ରଦ୍ଧାଳୁଙ୍କୁ ସୁରକ୍ଷା ଦେବାକୁ ସ୍ନେକ୍‌ ହେଲ୍‌ପ ଲାଇନର ସଦସ୍ୟ ମୁତୟନ ହେବେ। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ପାହାଚରୁ ଶିଉଳି ସଫା କରାଯିବ।
ଏ ସବୁକୁ ବାଦ୍‌ ଦେଲେ ଅଗ୍ନି ନିର୍ବାପକ, ଅସ୍ଥାୟୀ ଶୌଚାଳୟ, ପାନୀୟ ଜଳ, ଆଶୁ ଚିକିତ୍ସା, ନିଶା କାରବାର ବନ୍ଦ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଯାନବାହନଗୁଡ଼ିକ ଯାତ୍ରୀଙ୍କୁ ମନ୍ଦିର ପରିସରରେ ଛାଡ଼ି ପୀଠ ତଳେ ଥିବା ଖାଲିସ୍ଥାନରେ ପାର୍କିଂ କରିବେ। ମନ୍ଦିର ପରିସରରେ ଲାଗିଥିବା ଏଲ୍‌ଇଡିରେ କପିଳାସ ପୀଠର ମହିମା ସମ୍ପର୍କିତ ଡକ୍ୟୁମେଣ୍ଟାରୀ ପ୍ରଦର୍ଶିତ ହେବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସଶସ୍ତ୍ର ପୋଲିସ ମୁତୟନ ହେବେ ବୋଲି ଏସ୍‌ପି ଅନୁପମା ଜେମ୍‌ସ ସୂଚନା ଦେଇଛନ୍ତି। ବୈଠକରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆରଡିଏ ନରୋତ୍ତମ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଦେବୋତ୍ତର ବିଭାଗ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri