Posted inଜାତୀୟ

ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା ହୋଇଛି। ଫେବୃୟାରୀ ୮ରେ ଭୋଟିଂ କରାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ସୂଚନା ଦେଇଛନ୍ତିି। ଗୋଟିଏ ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଏହାର ଫଳାଫଳ ଫେବୃୟାରୀ ୧୧ରେ ପ୍ରକାଶ ପାଇବ। ନିର୍ବାଚନ ପାଇଁ ବିଜ୍ଞପ୍ତି ଜାନୁୟାରୀ ୧୪ରେ ପ୍ରକାଶ ପାଇବ। ପ୍ରାର୍ଥୀପତ୍ର ଦାଖଲର ଅନ୍ତିମ ତାରିଖ ଜାନୁୟାରୀ ୨୧ ଥିବାବେଳେ ଜାନୁୟାରୀ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ୍‌ କରାଯିବ। ନିର୍ବାଚନ ତାରିଖ ଘୋଷଣା ସହିତ ଦିଲ୍ଲୀରେ ନିର୍ବାଚନ ଆଚରଣ ବିଧି ମଧ୍ୟ ଲାଗୁ ହୋଇଛି। ଦିଲ୍ଲୀର ୭୦ ବିଧାନସଭା ଆସନ ମଧ୍ୟରୁ ୫୮ ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ଥିବାବେଳେ ୧୨ ଆସନ ସଂରକ୍ଷିତ ରହିଛି।

ରାଜ୍ୟର ମୋଟ ଭୋଟର ସଂଖ୍ୟା ଏକ କୋଟି ୪୬ ଲକ୍ଷ ୯୨ ହଜାର ଶହେ ୩୬। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୮୦ ଲକ୍ଷ ୫୫ ହଜାର ୬ଶହ ୮୬ ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୬୬ ଲକ୍ଷ ୩୫ ହଜାର ୬ଶହ ୩୫ ରହିଛି। ସେହିପରି ରାଜ୍ୟରେ ୮ଶହ ୧୫ ଜଣ କିନ୍ନର ଭୋଟର ଅଛନ୍ତି। ନିର୍ବାଚନରେ ୯୦ ହଜାର କର୍ମଚାରୀଙ୍କୁ ନିୟୋଜିତ କରାଯିବ। ରାଜ୍ୟର ୨ ହଜାର ୬ଶହ ୮୯ ଭୋଟ କେନ୍ଦ୍ରର ୧୩ ହଜାର ୭ଶହ ୫୦ ପୋଲିଂ ବୁଥ୍‌ରେ ଭୋଟ ଗ୍ରହଣ କରାଯିବ। ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭାର କାର୍ଯ୍ୟକାଳ ୨୦୨୦ ଫେବୃୟାରୀ ୨୨ରେ ଶେଷ ହେଉଛି। ଗତ ୨୦୧୫ ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟିକୁ ୭୦ଟି ବିଧାନସଭା ଆସନ ମଧ୍ୟରୁ ୬୭ଟି ମିଳିଥିବାବେଳେ ଭାଜପା ୩ଟି ଆସନ ହାତେଇଥିଲା। ସେହିପରି କଂଗ୍ରେସ ଦଳ ଖାତା ଖୋଲିବାକୁ ସକ୍ଷମ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri