ଫେରନ୍ତା ପ୍ରବାସୀଙ୍କ ପାଇଁ ବରୀରେ ପ୍ରସ୍ତୁତି

ବରୀ, ୪।୫ (ସ୍ବ.ପ୍ର.): ବାହାର ରାଜ୍ୟରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ବରୀ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ସୁବିଧା କରାଯାଇଛି। ୨୯ ପଞ୍ଚାୟତକୁ ନେଇ ଗଠିତ ବରୀ ବ୍ଲକ ପକ୍ଷରୁ ସୋମବାର ସୁଦ୍ଧା ୧୮୮୦ଲୋକଙ୍କ ନିମନ୍ତେ ଭିତ୍ତିଭୂମି ପ୍ରସ୍ତୁତ ସରିଛି। ଏଥିସହ ବିଭିନ୍ନ ପଞ୍ଚାୟତ ଅଧୀନ ୧୨୦ ବିଦ୍ୟାଳୟରେ ପ୍ରବାସୀଙ୍କ ରହିବାର ବ୍ୟବସ୍ଥା କରାଯାଇଥିବା ବିଡିଓ ଶାଶ୍ୱତ କୁମାର ଜେନା ସୂଚନା ଦେଇଛନ୍ତି। ଏହାଛଡ଼ା ରାମଚନ୍ଦ୍ରପୁରସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ୧୦୦ ଶଯ୍ୟା ପକାଯାଇଥିବା ବେଳେ ଆବଶ୍ୟକ ସ୍ଥଳେ ସେଠାରେ ଶଯ୍ୟା ବଢ଼ାଯାଇ ପାରିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ରାଜାତୋଟାସ୍ଥିତ କାଦମ୍ବିନୀ ପାଳ ମହିଳା ବିଦ୍ୟାଳୟରେ ୮୦ ଶଯ୍ୟା ଓ ବାଲିଆସ୍ଥିତ ଅଭିମନ୍ୟୁ ସାମନ୍ତ ସିଂହାର ମହାବିଦ୍ୟାଳୟରେ ୭୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ୍‌-୧୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ହୋଇଛି। ତେବେ ଆବଶ୍ୟକସ୍ଥଳେ ଶଯ୍ୟା ବ୍ୟବସ୍ଥା ହୋଇ ନ ପାରିଲେ ସନ୍ଦଗ୍ଧଙ୍କୁ ଚଟାଣରେ ଶୋଇବା ପାଇଁ ସପ, ତକିଆ ଓ ବିଛଣା ଚାଦର ଯୋଗାଇ ଦିଆଯିବ ବୋଲି ବିଡିଓ କହିଛନ୍ତି। ସମସ୍ତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପାନୀୟଜଳ, ବିଦ୍ୟୁତ୍‌ ଓ ଶୌଚାଳୟ ବ୍ୟବସ୍ଥା କରାଯାଇଛି। ରାଜ୍ୟ ବାହାରର ୭୮ଜଣ ଓ ଜିଲା ବାହରର ୨୩୧ଜଣଙ୍କ ସମେତ ୧୨ ଜଣ ଅନାଥଙ୍କୁ ମିଶାଇ ମୋଟ୍‌ ୩୨୧ସ୍ବେଚ୍ଛାସେବୀ ବା ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ତିନି ବେଳା ଖାଦ୍ୟ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଛି ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri