ଫେରସ୍ତ ମିଳିବ ଜରିମାନା ଟଙ୍କା, ମୋବାଇଲରେ ରଖି ପାରିବେ ଗାଡ଼ି କାଗଜପତ୍ରର କପି

ଭୁବନେଶ୍ୱର,୫।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପି ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରଠାରୁ ଚାଲିଛି ଧରପଗଡ଼। ନିୟମ ଉଲ୍ଲଂଘନକାରୀ ଗଣୁଛନ୍ତି ତଣ୍ଡ। ତେବେ ଏହି ଆଇନ ଯୋଗୁ ବର୍ଦ୍ଧିତ ଜରିମାନା ଆଦାୟକୁ ନେଇ ନୂତନ ସୂଚନା ମିଳିଛି। ତାହା ହେଲା ଆବଶ୍ୟକ କାଗଜପତ୍ର ଦେଖାଇଲେ ଜରିମାନା ଅର୍ଥ ଫେରସ୍ତ ମିଳିବ। ଯଦି କାଗଜପତ୍ର ଘରେ ଥିବ, ତେବେ ପରେ ତାହା ଦେଖାଇଲେ ଜରିମାନା ଟଙ୍କା ଫେରସ୍ତ ମିଳିବ। ହେଲେ ସମସ୍ତ ଜରିମାନା ଟଙ୍କା ଫେରସ୍ତ କରାଯିବ ନାହିଁ। ଅଳ୍ପ କିଛି ପରିମାଣର ଜରିମାନା ରଖି ବଡ଼ ଅଂଶ ଫେରସ୍ତ କରାଯିବ। ଏହା ଛଡ଼ା ହାର୍ଡ କପି ସମସ୍ତେ ପାଖରେ ରଖୁନାହାନ୍ତି। ତେବେ ଜନସାଧାରଣ ଚାହିଁଲେ ନିଜ ଗାଡ଼ିର କାଗଜପତ୍ର ମୋବାଇଲରେ ରଖି ଦେଇ ପାରିବେ ବୋଲି ଭୁବନେଶ୍ୱର ଆରଟିଓ-୨ ସଞ୍ଜୟ ବେହେରା କହିଛନ୍ତି।

ପ୍ରକାଶଯୋଗ୍ୟ, ବୁଧବାର କଟକ ଓ ଭୁବନେଶ୍ୱରରେ ଯାଞ୍ଚବେଳେ ନିୟମ ଉଲ୍ଲଂଘନ ନେଇ ୧୧୫୪ ମାମଲା ହୋଇଥିବା ବେେ ମୋଟ ୮ଲକ୍ଷ ୧୬ହଜାର ଟଙ୍କା ଜରିମାନା ଆଦାୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri