ଫେରାର ନିର୍ବାହୀ ଯନ୍ତ୍ରୀଙ୍କୁ ଭୁବନେଶ୍ୱରରୁ ଗିରଫ କଲା ଭିଜିଲାନ୍ସ

ଭଦ୍ରକ ଅଫିସ,୧୮।୨- ଲାଞ୍ଚ ନେବା ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ମାସେ ହେଲା ଫେରାର ଥିବା ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୧)ର ନିର୍ବାହୀ ଯନ୍ତ୍ରୀ ମାନସ କୁମାର ମହାନ୍ତିଙ୍କୁ ଭିଜିଲାନ୍ସର ଏକ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱର ପଟିଆସ୍ଥିତ ତାଙ୍କ ଘରୁ ଗିରଫ କରିଛି। ମଙ୍ଗଳବାର ଗିରଫ ପରେ ତାଙ୍କୁ ବାଲେଶ୍ୱର ଭିଜିଲାନ୍ସ କୋର୍ଟକୁ ଅଣାଯାଇଛି। ତାଙ୍କର ମୋଟ ୩ କୋଟି ୯୦ ଲକ୍ଷ ଟଙ୍କାର ସ୍ଥାବର ସମ୍ପତ୍ତି ଠାବ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ଗତ ଜାନୁୟାରୀ ୯ ତାରିଖରେ ଠିକାଦାର ଦିଗମ୍ବର ଦାସଙ୍କଠାରୁ ୮ ଲକ୍ଷ ୨୦ ହଜାର ଟଙ୍କାର ବିଲ୍‌କୁ ଅନ୍‌ଲାଇନ କରାଇଦେବା ପାଇଁ ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୧)ର ଡାଟାଏଣ୍ଟ୍ରି ଅପରେଟର ପ୍ରିୟବ୍ରତ ପଣ୍ଡା ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସେହି ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ। ଅଭିଯୋଗକାରୀ ଠିକାଦାର ଦିଗମ୍ବର ଓ ଗିରଫ ପ୍ରିୟବ୍ରତଙ୍କ ବୟାନକୁ ଭିତ୍ତିକରି ଭିଜିଲାନ୍ସ ଟିମ୍‌ ନିର୍ବାହୀଯନ୍ତ୍ରୀ ମାନସଙ୍କ କାର୍ଯ୍ୟକୁ ସନ୍ଦେହ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ମୋବାଇଲ ସୁଇଚ୍‌ଅଫ୍‌ କରି ସେ ଫେରାର ଥିବାରୁ ଭିଜିଲାନ୍ସ ଟିମ୍‌ ଭଦ୍ରକରେ ଭଡ଼ାରେ ଚାଲିଥିବା ତାଙ୍କ ଆବାସିକ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲା। ଏହାପରେ ଅଧିକ ତନାଘନା ଆରମ୍ଭ କରିଥିଲା ଭିଜିଲାନ୍ସ। ମଙ୍ଗଳବାର ଏହି ଟିମ୍‌ ଭୁବନେଶ୍ୱର ପଟିଆ ସ୍ଥିତ ମାନସଙ୍କ ଘରେ ପହଞ୍ଚି ଖାନ୍‌ତଲାସ କରି ତାଙ୍କୁ ଗିରଫ କରିଥିଲା। ଏବେ ଭିଜିଲାନ୍ସ ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ହିସାବ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri