ଫେରାର ଭାଟି ମ୍ୟାନେଜରଙ୍କୁ ଖୋଜୁଛି ପୋଲିସ

ଅନୁଗୋଳ ଅଫିସ, ୨୯।୪ – ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆରେ ଥିବା ଦେଶୀ ମଦ ଭାଟି ଉପରେ ଚଢ଼ାଉ ବେଳେ ଫେରାର ହୋଇଯାଇଥିବା ମ୍ୟାନେଜରଙ୍କୁ ଗିରଫ କରିବାକୁ ଅନୁଗୋଳ ପୋଲିସ ଉଦ୍ୟମ ଜାରି ରଖିଛି। ଏହି ଘଟଣାରେ ଭାଟି ମାଲିକ ବିକ୍ରମ କିଶୋର ସାହୁଙ୍କ ସହ ମୋଟ୍‌ ୪୩ଜଣଙ୍କୁ ପୂର୍ବରୁ ଗିରଫ କରାଯାଇଛି। ଭାଟି ମ୍ୟାନେଜର ଧରାପଡ଼ିବା ପରେ ସିଲ୍‌ ହୋଇଥିବା ଭାଟିରେ କିଭଳି ଚୋରା ମଦ କାରବାର ଚାଲିଥିଲା ସେ ନେଇ ଅଧିକ ତଥ୍ୟ ମିଳିପାରିବ।
ଏକ ସ୍ବତନ୍ତ୍ର ଟିମ୍‌ ମ୍ୟାନେଜରଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପଇଁତରା ମାରୁଥିବା ପୋଲିସ ପ୍ରକାଶ କରିଛି। ଅପରପକ୍ଷରେ ବ୍ୟବସାୟୀ ବିକ୍ରମଙ୍କ ନାମରେ ମୋଟ୍‌ ୫ଟି ଦେଶୀ ମଦ ଭାଟି ଥିବାବେଳେ ତାଙ୍କ ପରିବାର ମାଲିକାନାରେ ୮ଟି ଦେଶୀ ମଦ ଦୋକାନ, ୧୫ଟି ଅଫ୍‌ ସଫ୍‌ ଓ ଗୋଟିଏ ଅନ୍‌ ସଫ ରହିଥିବା ସହରରେ ଚର୍ଚ୍ଚା ହେଉଛି।
ଚୋରା କାରବାର ଚାଲିଥିବା କରଡ଼ାଗାଡ଼ିଆ ଭାଟି ଲାଇସେନ୍ସ ରଦ୍ଦ ପାଇଁ ଇତିମଧ୍ୟରେ ପୋଲିସ ପକ୍ଷରୁ ଜିଲାପାଳଙ୍କୁ ସୁପାରିସ୍‌ କରାଯାଇଥିବା ବେଳେ ଅବକାରୀ ବିଭାଗର ରିପୋର୍ଟ ମଧ୍ୟ ଜିଲା ପ୍ରଶାସନକୁ ମିଳିସାରିଛି। ତେଣୁ ଘଟଣାର ଅଧିକ ଖୋଳତାଡ଼ କରିବାକୁ ପ୍ରଶାସନ ସଜବାଜ ହେଉଥିବା ସୂଚନା ମିଳିଛି। ଏହାର ତଦନ୍ତ ସରିବା ପରେ ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ସମସ୍ତ ରିପୋର୍ଟ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ତୁରେକେଲାରେ ଉତ୍ତରାଞ୍ଚଳ ଆଇଜି

ବଲାଙ୍ଗୀର,୪।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁରେକେଲା ନାବାଳିକା ଗଣବଳାତ୍କାର ଘଟଣାରେ ତୁରେକେଲାରେ ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଅନୁଧ୍ୟାନ କରିଛନ୍ତି। ଘଟଣାରେ ୬ ଜଣ ନାବାଳକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri