ଫେରିଯିବ ଦେଢ଼ କୋଟିର ଅନୁଦାନ

ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍‌ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା ନିୟମ ମଧ୍ୟ ରହିଛି। ତେବେ ନାଉଗାଁ ବ୍ଲକ ଅଧୀନ ୧୬ଟି ପଞ୍ଚାୟତକୁ ଆସିଥିବା ଅନୁଦାନ ଅର୍ଥ ବିନିଯୋଗ ହୋଇଥିବା ବେଳେ କେବଳ ରୋହିଆ ପଞ୍ଚାୟତକୁ ଆସିଥିବା ୧ କୋଟି ୬୦ ଲକ୍ଷ ଟଙ୍କାର ଅନୁଦାନ ରାଶି କୌଣସି କାର୍ଯ୍ୟରେ ଖର୍ଚ୍ଚ ହୋଇପାରିନାହିଁ। ଇତିମଧ୍ୟରେ ଆର୍ଥିକ ବର୍ଷ ଶେଷ ହେବାକୁ ବସିଥିବା ବେଳେ ଅନୁଦାନ ଅର୍ଥ ଖର୍ଚ୍ଚ ହୋଇପାରି ନ ଥିବାରୁ ଏହା ଫେରିଯିବାର ଆଶଙ୍କା ରହିଛି। ଦୁଇ ଦଳ ମଧ୍ୟରେ ଭାଗବଣ୍ଟା ନ ଛିଣ୍ଡିବା ଯୋଗୁ ପଞ୍ଚାୟତରେ ଉନ୍ନତୀକରଣ କାର୍ଯ୍ୟ ଆଗେଇପାରୁ ନ ଥିବା ବେଳେ ଅନୁଦାନ ଖର୍ଚ୍ଚ ହୋଇପାରୁନାହିଁ ବୋଲି ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପଞ୍ଚାୟତର ପାଣ୍ଠି ବାବଦରେ ୫୪ ଲକ୍ଷ, ବ୍ଲକ ଶେୟାର ୮୧ ଲକ୍ଷ ଓ ଆମ ଗଁା ଆମ ବିକାଶ ଯୋଜନାରେ ୨୫ ଲକ୍ଷ ଟଙ୍କା ସର୍ବମୋଟ ୧ କୋଟି ୬୦ ଲକ୍ଷ ଟଙ୍କା ଅନୁଦାନ ପଡ଼ି ରହିଥିବା ଜଣାଯାଇଛି।
ପ୍ରକାଶ ଯେ, ଗତ ପଞ୍ଚାୟତ ନିର୍ବାଚନରେ ଉକ୍ତ ପଞ୍ଚାୟତରେ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ସରପଞ୍ଚ ଓ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର ବିଧାନସଭା ଆସନରୁ ବିଜେଡିର ପ୍ରଶାନ୍ତ କୁମାର ମୁଦୁଲି ବହୁମତ ପାଇ ନିର୍ବାଚନ ଜିତିଛନ୍ତି। ତେଣୁ ରୋହିଆ ପଞ୍ଚାୟତରେ ଉଭୟ ବିଜେଡି ଓ କଂଗ୍ରେସ ସମର୍ଥତ୍ତଙ୍କ ମଧ୍ୟରେ ମତପାର୍ଥକ୍ୟ ଯୋଗୁ ଦେଢ଼କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପଞ୍ଚାୟତବାସୀଙ୍କ ହିତରେ ଲାଗିପାରୁନି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତେବେ ପଡ଼ି ରହିଥିବା ଅନୁଦାନ ଖର୍ଚ୍ଚ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ୩ ମାସ ପୂର୍ବେ ହୋଇଥିବା ପଞ୍ଚାୟତ ସମିତି ବୈଠକ ଓ ଗତ କିଛି ଦିନ ତଳେ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଯୋଗଦେବା ଅବସରରେ ବିଧାୟକ ମୁଦୁଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ଦିନ କେଇଟା ବାକି ଥିଲେ ହେଁ ସେ ଦିଗରେ କୌଣସି ପଦକ୍ଷେପ ନିଆଯାଇନାହିଁ। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଶିବବ୍ରତ ନାୟକଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ସମିତିସଭ୍ୟ ପଦ୍ମଚରଣ ରାଉତ ଏ ସମ୍ପର୍କରେ କୁହନ୍ତି, ପଡ଼ି ରହିଥିବା ଅନୁଦାନ କେଉଁ ଉପାୟରେ ଖର୍ଚ୍ଚ କରାଯିବ, ସେ ନେଇ ବ୍ଲକ ବିଜେଡି ସଭାପତି, ବ୍ଲକ ଅଧ୍ୟକ୍ଷ, ସହକାରୀ ଯନ୍ତ୍ରୀ, ସରପଞ୍ଚ ଓ ସମିତିସଭ୍ୟଙ୍କ ଉପସ୍ଥିତିରେ ଏକ ବୈଠକରେ ଆଲୋଚନା କରାଯାଇଛି। ଖୁବ୍‌ଶୀଘ୍ର ସବୁ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି। ବ୍ଲକ ବିଜେଡି ସଭାପତି ସୁଜିତ ମଲ୍ଲିକଙ୍କୁ ପଚାରିବାରେ ଅନୁଦାନ ଖର୍ଚ୍ଚ ନେଇ ବୈଠକରେ ଆଲୋଚନା ସରିଛି। ଖୁବ୍‌ଶୀଘ୍ର ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri