ଫେରିଲା ଜେମ୍ସ ବଣ୍ଡ ସିରିଜ୍‌ : ରିଲିଜ୍‌ ହେଲା ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌

ନୂଆଦିଲ୍ଲୀ: ଜେମ୍ସ ବଣ୍ଡ ସିରିଜର ଫିଲ୍ମ ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌ ରିଲିଜ ହୋଇଛି। ଡାନିଏଲ କ୍ରେଗଙ୍କ ଅଭିନୀତ ଏହି ଫିଲ୍ମର ଟିଜର୍‌ ରିଲିଜ୍‌ ସମୟରେ ନିର୍ମାତା ଟ୍ରେଲର୍‌ ରିଲିଜ୍‌ ସମ୍ପର୍କରେ ମଧ୍ୟ ସୂଚନା ଦେଇଛନ୍ତି। ଆସନ୍ତା ୪ ତାରିଖରେ ଏହାର ଟ୍ରେଲର୍‌ ରିଲିଜ୍‌ ହେବ। ହଲିଉଡ୍‌ ଅଭିନେତା ଡାନିଏଲ କ୍ରେଗ ପ୍ରଥମେ ୨୦୦୬ରେ ଜେମ୍ସ ସିରିଜର ଫିଲ୍ମ ‘କାସିନୋ ରୟାଲେ’ରେ ନଜର ଆସିଥିଲେ। ଏହାପରେ ୨୦୦୮ରେ ‘କ୍ୱାଣ୍ଟମ ଅଫ୍‌ ସୋଲେସ’, ୨୦୧୨ରେ ‘ସ୍କାଇଫଲ’ ଓ ୨୦୧୫ରେ ‘ସ୍ପେକ୍ଟ୍ରେ’ରେ ସେ ନଜର ଆସିଥିଲେ। ୦୦୭ ଫ୍ରାଞ୍ଚାଇଜର ଏହି ଫିଲ୍ମ ଡାନିଏଲଙ୍କୁ ପୁଣିଥରେ ସେହି ଆଇକନିକ ସିକ୍ରେଟ୍‌ ସର୍ଭିସ ଏଜେଣ୍ଟ ଭାବେ ଦେଖାଇବ। ଜାମାଇକାରେ ଏହି ଫିଲ୍ମର ଶୁଟିଂ ସମୟରେ ଡାନିଏଲଙ୍କୁ ଆଘାତ ଲାଗିଥିଲା। ସେହି ସ୍ଥାନରେ ଜେମ୍ସ ବଣ୍ଡର ରଚୟିତା ଡଜନେରୁ ଉର୍ଦ୍ଧ୍ୱ ଉପନ୍ୟାସ ଲେଖିଥିଲେ। ଏଥିରେ ଡାନିଏଲଙ୍କ ବ୍ୟତୀତ ଲି ରିଡକ୍ସଙ୍କୁ ବି ଦେଖିବାକୁ ମିଳିବ। ଏଥିରେ ବେନ୍‌ ଓ୍ବିଶ ’କ୍ୱ୍ୟୁ’ ଓ ରଫ୍‌ ଫିଏନ୍ସ ‘ଏମ୍‌’ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri