Posted inଖେଳ

ଫେରିଲେ ଧୋନୀ

ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ ଫେରିଛନ୍ତି। ବିଶ୍ୱକପ୍‌ ବିଜୟୀ ଅଧିନାୟକଙ୍କୁ ଶନିବାର ଲେ’ ବିମାରବନ୍ଦରଠାରେ ଦେଖାଯାଇଛି। ସେ ୧୦୬ ବାଟାଲିଅନ (ପାରା)ରେ ଜୁଲାଇ ୩୦ ତାରିଖରେ ଯୋଗଦେଇଥିଲେ। ବାଟାଲିଅନର ଅନ୍ୟ ଯବାନଙ୍କ ସହ ଧୋନୀ ୨ ସପ୍ତାହ ଧରି ବନ୍ଧୁକ ଚଲାଇବା ଟ୍ରେନିଂ ନେଇଥିଲେ। ଏଥିସହ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ପାଟ୍ରୋଲିଂ, ଗାର୍ଡ ଓ ପୋଷ୍ଟ ଡ୍ୟୁଟି ମଧ୍ୟ କରିଥିଲେ। ସେ ଗତ ୧୫ ତାରିଖରେ ଦେଶର ୭୩ତମ ସ୍ବାଧୀନତା ଦିବସ ପାଳନ କରିବା ଲାଗି ନୂଆ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖ ଯାଇଥିଲେ। ସେଠାରେ ସେ ଆର୍ମି ମେଡିକାଲରେ ଯବାନଙ୍କ ସହ ସମୟ ବିତାଇଥିଲେ। ଏହାପରେ ସିଆଚେନରେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଉଲ୍ଲେଖଥାଉ କି, ବିଶ୍ୱକପ୍‌ରୁ ଭାରତୀୟ ଦଳ ଫେରିବା ପରେ ଧୋନୀ କ୍ରିକେଟରୁ ବିଶ୍ରାମ ନେବାକୁ ଧାର୍ଯ୍ୟ କରିଥିଲେ। ବିଶ୍ୱକପ୍‌ ପରଠାରୁ ତାଙ୍କ କ୍ରିକେଟ ଭବିଷ୍ୟତକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଏବେ ପର୍ଯ୍ୟନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri