ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ବିକ୍ଷୋଭ: ପୋଲିସ ଗୁଳିରେ ୪ ମୃତ, ୫୦ ଆହତ

ଢାକା,୨୧ା୧୦: ମୁସ୍‌ଲିମ ବହୁଳ ବାଂଲାଦେଶର ଭୋଲା ଜିଲାରେ ଏକ ଆପତ୍ତିଜନକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ରବିବାର ଦୁଇ ସମ୍ପ୍ରଦାୟ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଗୁଳିରେ ୪ ମୃତ ଓ ୫୦ ଆହତ ହୋଇଛନ୍ତି। ପୋଷ୍ଟ କରିଥିବା ହିନ୍ଦୁ ଯୁବକଙ୍କୁ ପୋଲିସ ହାଜତରେ ରଖିଛି। ସେ ଅଭିଯୋଗକୁ ଖଣ୍ଡନ କରିବା ସହ ତାଙ୍କ ଫେସ୍‌ବୁକ୍‌ ଆକାଉଣ୍ଟ ହ୍ୟାକ୍‌ କରାଯାଇଥିବା ନେଇ ଥାନାରେ ଏତଲା ଦେଇଛନ୍ତି। ଆକାଉଣ୍ଟ ହ୍ୟାକ୍‌ କରିବା ଅଭିଯୋଗରେ ପୋଲିସ ଅନ୍ୟ ୩ ଜଣଙ୍କୁ ଅଟକ ରଖିଛି।
ସୂଚନାନୁସାରେ ଜଣେ ହିନ୍ଦୁ ଯୁବକ ଶୁକ୍ରବାର ଫେସ୍‌ବୁକ୍‌ରେ ଏକ ପୋଷ୍ଟିଂ କରିଥିଲେ। ଏଥିରେ ସେ ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ଆପତ୍ତିଜନକ ଟିପ୍ପଣୀ ଦେଇଥିବା ଅଭିଯୋଗ ହୋଇଥିଲା। ପୋଷ୍ଟଟି ଭାଇରାଲ ହେବା ପରେ ଚାର୍‌ ବୋହରୁଦ୍ଦିନ ଅଞ୍ଚଳରେ ଉତ୍ତେଜନା ବଢ଼ିବାରେ ଲାଗିବାରୁ ରବିବାର ସକାଳେ ଶାନ୍ତି ଉଦ୍ୟମ ହୋଇଥିଲା। ତାହା ବିଫଳ ହେବା ପରେ ‘ମୁସ୍‌ଲିମ ତଓ୍ବହିଦି ଜନତା’ ସଙ୍ଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିକ୍ଷୋଭରେ ହଜାର ହଜାର ଲୋକ ସାମିଲ ହୋଇ ସୁରକ୍ଷା ବଳକୁ ଟାର୍ଗେଟ କରିଥିଲେ। ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ବଳ ପ୍ରୟୋଗ କରିଥିଲା। ସୁରକ୍ଷା ବଳର ଗୁଳିମାଡ଼ରେ ୪ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଛି। ୫୦ ଆହତଙ୍କ ମଧ୍ୟରେ ଅନେକ ପୋଲିସ କର୍ମୀ ମଧ୍ୟ ଅଛନ୍ତି। ପୋଲିସ ଆମତ୍ରକ୍ଷା ପାଇଁ ଗୁଳି ଚଳାଇଥିବା ଭୋଲା ଏସ୍‌ପି ସର୍କାର ମହମ୍ମଦ କାଇସର ସୂଚନା ଦେଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଅର୍ଦ୍ଧସାମରିକ ବଳ ବର୍ଡର ଗାର୍ଡ ବାଂଲାଦେଶ (ବିଜିବି)କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri