ଫେୟାରୱେଦର ରାସ୍ତା ଭୁଶୁଡିଲା

ଅତାବିରା, ୨୭।୨ (ଡି.ଏନ.ଏ) ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଝାଉଁଯୋର ନଦୀରେ ନିର୍ମାଣ କରାଯାଇଥିବା ଫେୟାରୱେଦର ରାସ୍ତା ଅଦିନିଆ ବର୍ଷା ଯୋଗୁ ଉପରମୁଣ୍ଡରୁ ପାଣି ଆସି ଭୁଶୁଡି ଯାଇଛି । ନଦୀ ଭିତରେ ଏହି ରାସ୍ତାର ଉଚ୍ଚତା କମ୍‌ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁସାରେ, ପ୍ରତିବର୍ଷ ଲକ୍ଷାଧିକ ଟଙ୍କା ବ୍ୟୟରେ ଝାଉଁଯୋରରେ ବୁଗବୁଗା, ଲରମ୍ଭା, କାଦୋବାହାଲ, ଟୁକୁରା, ଦୁଲମପୁର, କୁମେଲସିଂହା, ଟାମ୍ପରସରା, ଜହ୍ନାପଡା, ଝିଲିମିଣ୍ଡା ୯ଟି ପଞ୍ଚାୟତର ଜନସାଧାରଣଙ୍କ ଗମନାଗମନ ସୁବିଧା ପାଇଁ ଅସ୍ଥାୟୀ ଫେୟାର ଓ୍ବେଦର ରାସ୍ତା ନିର୍ମାଣ କରାଯାଉଛି। ଏହି ରାସ୍ତାରେ ଏହିସବୁ ପଞ୍ଚାୟତର ସ୍କୁଲ, କଲେଜ ଛାତ୍ରୀଛାତ୍ର, ଜନସାଧାରଣ ଯିବା ଆସିବା କରିଥାନ୍ତି। ତେବେ ଗତ ଦୁଇଦିନ ଅଦିନଆ ବର୍ଷା ଯୋଗୁ ଉପରମୁଣ୍ଡରୁ ପ୍ରବଳ ପାଣି ଆସିଯିବାରୁ ଏହି ଫେୟାର ଓ୍ବେଦର ରାସ୍ତା ଭାସିଯାଇଛି । ଫଳରେ ୯ଟି ପଞ୍ଚାୟତର ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି । ବୁଗବୁଗା-ପୋଡବାଡି ଝାଉଁଯୋର ମଧ୍ୟ ଭାଗରେ ଏକ ସ୍ଥାୟୀ ବ୍ରିଜ ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ପୂର୍ବତନ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅଇଁଠୁ ସାହୁଙ୍କୁ ଏକ ଦାବିପତ୍ର ଦେଇଥିଲେ । ସେତେବେଳେ ସ୍ଥାୟୀ ବ୍ରିଜ୍‌ ନିର୍ମାଣ କରିବା ପାଇଁ ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲା। ହେଲେ ସେହି ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ବରଗଡ ଜିଲାପାଳ ଏଥିପ୍ରତି ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri