ଫୋକସ୍‌ରେ ଓଡ଼ିଶା: ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭ା୫(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଆସିପାରନ୍ତି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି ବୋଲି ମନ୍ତ୍ରୀ ପୂଜାରୀ ସୂଚନା ଦେଇଛନ୍ତି।
ସେ ଆହୁରି କହିଛନ୍ତି, ବର୍ଷ ପୂର୍ତ୍ତିକୁ ଉତ୍ସବ ଦଳରେ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ରାଜ୍ୟ ସରକାର ପାଳନ କରିବେ। ଜୁନ୍‌ ୧୨ରୁ ୧୯ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ବର୍ଷକର ରିପୋର୍ଟ କାର୍ଡ ଧରି ରାଜ୍ୟର ୧ କୋଟି ଲୋକଙ୍କ ପରିବାର ନିକଟରେ ସରକାର ପହଞ୍ଚିବେ। ୨୦୨୪ରେ ଭାଜପା ଦେଇଥିବା ୨୧ଟି ନିର୍ବାଚନ ପ୍ରତିଶ୍ରୁତିରୁ ବର୍ଷକ ମଧ୍ୟରେ ୧୧ଟି ପୂରଣ ସରିଲାଣି। ଆଗାମୀ ବର୍ଷକ ମଧ୍ୟରେ ବଳକା ୧୦ଟି ପ୍ରତିଶ୍ରୁତି ପୂରଣ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ପ୍ରଥମ ଥର ଲାଗି ସରକାରକୁ ଆସିଛି। ଦଳ ସରକାରକୁ ଆସିବାର ୧ ବର୍ଷ ଆସନ୍ତା ମାସରେ ପୂରଣ ହେବାକୁ ଯାଉଛି। ତେଣୁ ସରକାରଙ୍କ ପକ୍ଷରୁ କେଉଁସବୁ ଯୋଜନା ବା ଭଲ ପଦକ୍ଷେପ ନିଆଯାଇଛି ସେସବୁ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବାରମ୍ବାର ସଚିବସ୍ତରୀୟ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି। ମିଳିଥିବା ସୂଚନା ମୁତାବକ, ଜନତା ମଇଦାନଠାରେ ବର୍ଷପୂର୍ତ୍ତି ପାଳନ ଲାଗି ସ୍ଥିର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri