ଫୋବର୍‌ସ ତାଲିକା:୨୦୦୦ ଶୀର୍ଷ କମ୍ପାନୀଙ୍କ ମଧ୍ୟରେ ୫୭ ଭାରତୀୟ ସାମିଲ

ନୂଆଦିଲ୍ଲୀ,୧୫-୬: ପ୍ରଖ୍ୟାତ ଫୋବର୍‌ସ ପତ୍ରିକା ପକ୍ଷରୁ ବିଶ୍ୱର ଶୀର୍ଷ ୨୦୦୦ କମ୍ପାନୀଙ୍କ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ସମେତ ୫୭ ଭାରତୀୟ କମ୍ପାନୀ ସାମିଲ ହୋଇଛନ୍ତି। ଏହି ତାଲିକାରେ ହାଇସିଂ ଫାଇନାନ୍ସ କ୍ଷେତ୍ରରେ ଶୀର୍ଷ ଭାରତୀୟ କମ୍ପାନୀ ଏଚ୍‌୍‌ଡିଏଫ୍‌ସି ଲିମିଟେଡକୁ ଟପ୍‌ ୧୦ ଉପଭୋକ୍ତା ଫାଇନାନ୍ସ କମ୍ପାନୀରେ ସାମିଲ କରାଯାଇଛି। ପତ୍ରିକାର ତାଲିକାରେ କ୍ରମାଗତ ୭ମ ଥର ପାଇଁ ଚାଇନାର ଇଣ୍ଡଷ୍ଟ୍ରିଆଲ ବ୍ୟାଙ୍କ ଅଫ୍‌ ଚାଇନା ଶୀର୍ଷ ସ୍ଥାନ ହାସଲ କରିଛି। ସେହିପରି ରିଲାଏନ୍ସ ଇଣ୍ଡିଷ୍ଟ୍ରିଜ ଭାରତୀୟ କମ୍ପାନୀମାନଙ୍କ ମଧ୍ୟରେ ସବୁଠାରୁ ବଡ଼ କମ୍ପାନୀ ଭାବେ ୭୧ତମ ସ୍ଥାନରେ ରହିଛି। ତେବେ ତେଲ ଓ ଗ୍ୟାସ୍‌ କ୍ଷେତ୍ରରେ ଏହା ବିଶ୍ୱର ୧୧ତମ ସ୍ଥାନ ହାସଲ କରିପାରିଛି। ଏକ୍ଷେତ୍ରରେ ରୟାଲ ଡଚ୍‌ ସେଲ୍‌ ଶୀର୍ଷରେ ରହିଛି। ଉପଭୋକ୍ତା ଫାଇନାନ୍ସିଆଲ କ୍ଷେତ୍ରରେ ଆମେରିକାନ ଏକ୍ସପ୍ରେସଓ୍ବେ ପ୍ରଥମ ସ୍ଥାନରେ ଏବଂ ଭାରତର ଏଚ୍‌ଡିଏଫ୍‌ସି ଲିମିଟେଡ ୭ମ ସ୍ଥାନ ହାସଲ କରିପାରିଛି। ତେବେ ବିଶ୍ୱ-୨୦୦୦ରେ ଏହା ୩୩୨ ସ୍ଥାନ ହାସଲ କରିଛି। ଫୋବର୍‌ସ ତାଲିକାରେ ୬୧ ଦେଶର ଶୀର୍ଷ କମ୍ପାନୀମାନଙ୍କୁ ସାମିଲ କରାଯାଇଛି। ଏଥିରେ ୫୭୫ କମ୍ପାନୀ କେବଳ ଆମେରିକାର ବୋଲି ଜଣାପଡିଛି। ତେବେ ଶୀର୍ଷ ୨୦୦ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏକମାତ୍ର ଭାରତୀୟ କମ୍ପାନୀ ରହିଛି। ଏଚ୍‌ଡିଏଫ୍‌ସି ବ୍ୟାଙ୍କ ୨୦୯, ଓଏନ୍‌ଜିସି ୨୨୦ ଓ ଇଣ୍ଡିଆନ ଅଏଲ ୨୮୮ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ

ଜଗଦମ୍ବା ପଲିମର୍ସ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ…

ଟ୍ରେନ୍‌ରେ ମାଗଣାରେ କରିପାରିବେ ଯାତ୍ରା, ଭାରତୀୟ ରେଳବାଇ ଏମାନଙ୍କଠାରୁ ନିଏ ନାହିଁ ଗୋଟିଏ ବି ଟଙ୍କା, ଜାଣନ୍ତୁ ନିୟମ…

ନୂଆଦିଲ୍ଲୀ,୧୬।୪: ଭାରତୀୟ ରେଳବାଇ (Indian Railways) ଦେଶର କୋଟି କୋଟି ଯାତ୍ରୀଙ୍କ ସୁବିଧା ପାଇଁ ଅନେକ ନିୟମ ପ୍ରଣୟନ କରିଛି। କିନ୍ତୁ ଅନେକ ସମୟରେ ସଠିକ ସୂଚନା…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri