Posted inଖେଳ

ଫୋବର୍‌ସ ସର୍ବାଧିକ ଆୟକାରୀ ଆଥଲେଟ ତାଲିକାରେ କୋହଲି

ନୂଆଦିଲ୍ଲୀ,୧୨।୬(ପି.ଟି.)- ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟମାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଜଣାଶୁଣା ପତ୍ରିକା ଫୋବର୍‌ସ ଚଳିତ ବର୍ଷର ସର୍ବାଧିକ ଆୟକାରୀ ଆଥଲେଟ୍‌ଙ୍କ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ ଆଥଲେଟ ଭାବେ କୋହଲି ସାମିଲ ହୋଇ ତାଲିକାର ୧୦୦ତମ ସ୍ଥାନରେ ରହିଛନ୍ତି। ବାର୍ସିଲୋନା ତଥା ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ଏହି ତାଲିକାର ଶୀର୍ଷରେ ରହିଛନ୍ତି।
କୋହଲି ବିଜ୍ଞାପନରୁ ୨୧ ମିଲିୟନ ଆମେରିକୀୟ ଡଲାର ଓ ପାଉଣା ବାବଦରେ ୪ ମିଲିୟନ ଡଲାର ରୋଜଗାର କରିଛନ୍ତି। ମୋଟ ଉପରେ ସେ ଗତ ୧୨ମାସ ମଧ୍ୟରେ ୨୫ ମିଲିୟନ ଡଲାର ହାସଲ କରିଛନ୍ତି। ଗତବର୍ଷ କୋହଲି ଏହି ତାଲିକାର ୮୩ତମ ସ୍ଥାନରେ ରହିଥିଲେ। ବିଜ୍ଞାପନ ବାବଦରେ ସେ ଅଧିକ ୧ମିଲିୟନ ଡଲାର ରୋଜଗାର କରିଥିଲେ ହେଁ ଚଳିତବର୍ଷ ୧୦୦ତମ ସ୍ଥାନକୁ ଖସିଛନ୍ତି। ଏଥର ବକ୍ସର ଫ୍ଲଏଡ ମେଓ୍ବେଦରଙ୍କୁ ପଛରେ ପକାଇ ମେସି ତାଲିକାର ୧ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ମେସି ପାଉଣା ଓ ବିଜ୍ଞାପନ ବାବଦରେ ମୋଟ ଉପରେ ୧୨୭ ମିଲିୟନ ଆମେରିକୀୟ ଡଲାର ରୋଜଗାର କରିଛନ୍ତି। ସେହିପରି ମେସିଙ୍କ ପ୍ରତିଦ୍ୱନ୍ଦ୍ୱୀ ପର୍ତ୍ତୁଗାଲ ତଥା ଜୁଭେଣ୍ଟସ ତାରକା ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋ ୧୦୯ ମିଲିୟନ ଡଲାର ରୋଜଗାର କରିବା ସହ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri