ଫୋରେନ୍‌ସିକ ପରୀକ୍ଷା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାଟି ଖୋଳି ବାହାର କରାଗଲା ମହିଳାଙ୍କ କଙ୍କାଳ

ଚାନ୍ଦବାଲି,୨୦।୮ (ଡି.ଏନ.ଏ.) – ମୃତ୍ୟୁର ୫ ବର୍ଷ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଜଣେ ମହିଳାଙ୍କ ମୃତଦେହର ଫୋରେନ୍‌ସିକ ପରୀକ୍ଷା ପାଇଁ ଶ୍ମଶାନରୁ ମାଟି ଖୋଳି ଅସ୍ଥି, କଙ୍କାଳ ବାହାର କରାଯାଇଛି। ସୋମବାର ଏଭଳି ଘଟଣା ଭଦ୍ରକ ଜିଲା ଧାମରା ନିକଟସ୍ଥ ନରସିଂହପ୍ରସାଦ ଗ୍ରାମରେ ଦେଖିବାକୁ ମିଳିଛି।
ଉଲ୍ଲେଖନୀୟ ଯେ, ଏହି ଗଁାର ବୃନ୍ଦାବନ ମହାନ୍ତିଙ୍କ ସ୍ତ୍ରୀ ଶକୁନ୍ତଳା(୫୦)ଙ୍କର ୨୦୧୪ରେ ମୃତ୍ୟୁ ହୋଇଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପରିବାର ପକ୍ଷରୁ ମୃତଦେହ ବ୍ୟବଚ୍ଛେଦ କରା ନ ଯାଇ ଗଁା ଶ୍ମଶାନରେ ପୋତି ଦିଆଯାଇଥିଲା। ବୃନ୍ଦାବନ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁର ପ୍ରକୃତ କାରଣ ଜାଣିବାକୁ ଉଦ୍ୟମ କରିବା ସହ ୨୦୧୬ରେ ହାଇକୋର୍ଟରେ ଏକ ମାମଲା (ନଂ.୧୪୮୩/୨୦୧୬) ଦାଏର କରିଥିଲେ। ଶକୁନ୍ତଳାଙ୍କ ମୃତଦେହର ଫୋରେନ୍‌ସିକ ପରୀକ୍ଷା ପାଇଁ ସେ ଆବେଦନ କରିଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସେ ଏ ନେଇ ୨୦୧୮ରେ ବାଂଶଡ଼ା ଥାନାରେ ଏତଲା ଦେବା ପରେ ମାମଲା(ନଂ.୧୭୧/୧୮) ରୁଜୁ ହୋଇଥିଲା। ଶକୁନ୍ତଳାଙ୍କୁ ତାଙ୍କ ବୋହୂ ମାରି ଦେଇଥିବା ବୃନ୍ଦାବନ ଏତଲାରେ ଦର୍ଶାଇଥିଲେ। ହାଇକୋର୍ଟ ବୃନ୍ଦାବନଙ୍କ ଆବେଦନକୁ ବିଚାରକୁ ନେଇ ଶକୁନ୍ତଳାଙ୍କ ମୃତଦେହର ଫୋରେନ୍‌ସିକ ପରୀକ୍ଷା ପାଇଁ ନିକଟରେ ନିର୍ଦ୍ଦେଶ ଦେଇଛନ୍ତି। ମାଜିଷ୍ଟ୍ରେଟ, ପୋଲିସ ଓ ଗ୍ରାମବାସୀ ତଥା କେତେକ ସାକ୍ଷୀଙ୍କ ଉପସ୍ଥିତିରେ ସୋମବାର ଶ୍ମଶାନରୁ ମାଟି ଖୋଳାଯାଇ ନମୁନା ସଂଗ୍ରହ କରି ଫୋରେନ୍‌ସିକ ପରୀକ୍ଷା ଲାଗି ପଠାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬: ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri