Posted inଖେଳ

ଫ୍ରେଞ୍ଚ ଓପନ: ଟଏଲେଟ୍‌ ଯିବା ଉପରେ କଟକଣା

ପ୍ୟାରିସ୍‌,୨୫ା୫(ଏଏଫ୍‌ପି)-ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାରେ ଏଥର ଖେଳାଳିଙ୍କ ଲାଗି ଟଏଲେଟ୍‌ ବ୍ରେକ୍‌ ସଂଖ୍ୟାକୁ ସୀମିତ କରିବା ଲାଗି ଆୟୋଜକଗଣ ନିଷ୍ପତ୍ତି ନେଇଛନ୍ତି। ଏଥର ଏକ ମ୍ୟାଚ୍‌ ବେଳେ ଜଣେ ଖେଳାଳି କେବଳ ଥରେମାତ୍ର ଟଏଲେଟ୍‌ ବ୍ରେକ୍‌ ନେଇପାରିବ। ଏହି ନୂଆ ନିୟମ ଲାଗୁ କରିବା ପଛରେ କାରଣ ରହିଛି। ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ ଚାଲିଥିବାବେଳେ ଯଦି ଜଣେ ଖେଳାଳି ଟଏଲେଟ୍‌ ବ୍ରେକ୍‌ରେ ଯାଏ ତେବେ ବିଶେଷକରି ଏକ ସେଟ୍‌ ହାରିବା ପରେ ଏହା ବିପକ୍ଷ ଖେଳାଳି ଓ ଦର୍ଶକଙ୍କ ମନରେ ବିରକ୍ତି ଭାବ ସୃଷ୍ଟି କରିଥାଏ। କିନ୍ତୁ ଏଥର ରୋଲାଣ୍ଡ ଗ୍ୟାରୋସରେ ଦ୍ୱିତୀୟ ସିଡ୍‌ ମାନ୍ୟତାପ୍ରାପ୍ତ କାରୋଲିନା ପ୍ଲିସ୍‌କୋଭା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ପୁରୁଷ ଖେଳାଳିଙ୍କୁ ବେଳେବେଳେ ୫, ୬ଘଣ୍ଟା ଧରି ଖେଳିବାକୁ ପଡୁଛି। ତେଣୁ ସେମାନଙ୍କୁ ଦୁଇଥର ସୁଯୋଗ ଦିଆଯିବା ଉଚିତ। ମହିଳାଙ୍କ କ୍ଷେତ୍ରରେ ଥରେ ମାତ୍ର ଯଥେଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

IPL ଇତିହାସରେ ପ୍ରଥମଥର ଘଟିଲା ଏମିତି: କମାଲ କଲେ ପ୍ରଫୁଲ୍ଲ

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

ସର୍ଟଲିଷ୍ଟ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ନାମ! ଟିମ ଇଣ୍ଡିଆ ପାଇଁ କରିପାରନ୍ତି ଡେବ୍ୟୁ

ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନ ଚହଳ ସୃଷ୍ଟି କରୁଥିବା ବିସ୍ଫୋରକ ଯୁବ ଓପନର ବୈଭବ ସୂର୍ଯ୍ୟବଂଶୀ ଗତ ବର୍ଷେ ଧରି କ୍ରିକେଟ ଜଗତରେ ଝଡ଼ ସୃଷ୍ଟି…

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri