Posted inଖେଳ

ଫ୍ଲଡ୍‌ ଲାଇଟ୍‌ରେ ଭାରତୀୟ ଖେଳାଳିଙ୍କ ଅଭ୍ୟାସ

ଇନ୍ଦୋର, ୧୮।୧୧(ପି.ଟି.)- କୋଲକାତାର ଇଡେନ ଗାର୍ଡେନରେ ହେବାକୁଥିବା ଦିବାରାତ୍ର କ୍ରିକେଟ ଟେଷ୍ଟକୁ ଦୃଷ୍ଟିରେ ରଖି ଭାରତୀୟ ଖେଳାଳିମାନେ ଏଠାରେ ଫ୍ଲଡ୍‌ ଲାଇଟ୍‌ରେ ଅଭ୍ୟାସ କରିଛନ୍ତି। ଅଧିନାୟକ ବିରାଟ କୋହଲି, ରୋହିତ ଶର୍ମା ଏବଂ ତିନି ପେସ୍‌ ବୋଲର(ମହମ୍ମଦ ସାମି, ଈଶାନ୍ତ ଶର୍ମା, ଉମେଶ ଯାଦବ)ଙ୍କୁ ବାଦ୍‌ ଦେଇ ଅନ୍ୟ ଖେଳାଳି ଏହି ଅଭ୍ୟାସ ସେସନରେ ଯୋଗ ଦେଇଛନ୍ତି। ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ବାଂଲାଦେଶର ୧୯ ଉଇକେଟ ମଧ୍ୟରୁ ୧୪ଟି ଉଇକେଟ ଏହି ତିନି ପେସ୍‌ ବୋଲର ହାସଲ କରିଥିଲେ। ଏହି ମ୍ୟାଚରେ ଭାରତ ଏକ ଇନିଂସ ୧୩୦ ରନରେ ବିଜୟ ହାସଲ କରିଥିଲା। ତେଣୁ କୋହଲି ଓ ରୋହିତଙ୍କ ସହିତ ଏହି ପେସ୍‌ ବୋଲରମାନଙ୍କୁ ବ୍ରେକ୍‌ ଦିଆ ଯାଇଛି। ଇଡେନ୍‌ରେ ଭାରତର ସର୍ବପ୍ରଥମ ପିଙ୍କ୍‌ ବଲ୍‌ ଟେଷ୍ଟ ଚଳିତମାସ ୨୨ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରଥମ ଟେଷ୍ଟରେ ଦ୍ୱିଶତକ ହାସଲ କରିଥିବା ମୟଙ୍କ ଅଗ୍ରଓ୍ବାଲ ଓ ଉଇକେଟ କିପର ରିଦ୍ଧିମାନ ଶାହ ମଧ୍ୟ ଟ୍ରେନିଂ ସେସନରେ ଉପସ୍ଥିତ ନ ଥିଲେ। ଚେତେଶ୍ୱର ପୂଜାରା, ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ରିଷଭ ପନ୍ତ, ହନୁମା ବିହାରି, ଶୁବମନ୍‌ ଗିଲ୍‌ ଓ କୁଲଦୀପ ଯାଦବ ଦୀର୍ଘ ସମୟ ଅଭ୍ୟାସ କରିଥିବା ପରିଲକ୍ଷିତ ହୋଇଥିଲା। ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ, ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର ଓ ଫିଲ୍ଡିଂ କୋଚ୍‌ ଆର. ଶ୍ରୀଧରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ ୭ ଖେଳାଳି ଅଭ୍ୟାସ କରିଥିଲେ।
ପ୍ରଥମ ଟେଷ୍ଟ ୩ ଦିନରେ ଶେଷ ହୋଇ ଯାଇଥିଲା। ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଅଧିକ ସମୟ ମିଳିଥିବାରୁ ଭାରତୀୟ ଖେଳାଳିମାନେ ଏଠାରେ ଆଉ ୨ ଦିନ ରହି ଲାଇଟ୍‌ରେ ଅଭ୍ୟାସ କରୁଛନ୍ତି। କେବଳ ଭାରତୀୟ ଦଳ ନୁହେଁ ବାଂଲାଦେଶ ଦଳ ମଧ୍ୟ ସମୟର ସଦୁପଯୋଗ କରିଛି। ଭ୍ରମଣକାରୀ ଦଳର ଖେଳାଳିମାନେ ମଧ୍ୟ ଲାଇଟ୍‌ରେ ଟ୍ରେନିଂ ନେଇଛନ୍ତି। ଉଭୟ ଭାରତ ଓ ବାଂଲାଦେଶ ଦଳ ୧୯ ତାରିଖରେ କୋଲକାତା ଯାଇ ଇଡେନ ଗାଡେନ ଗ୍ରାଉଣ୍ଡରେ ୨ ଦିନ ଅଭ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?