ଫ୍ଲପ୍‌ ସିନେମା

ଗୋଟିଏ ଚଳଚ୍ଚିତ୍ରର ଟାଇଟଲ କ’ଣ ‘ଫ୍ଲପ୍‌ ସିନେମା’ ଦିଆଯାଇପାରେ ? ଏପରି ଏକ ନକାରାତ୍ମକ ଶୀର୍ଷକକୁ ନେଇ ପ୍ରଥମ ଥର ପାଇଁ ପ୍ରଯୋଜକ ସାଜିଛନ୍ତି ଓଡିଆ ସିନେମା ଜଗତର ନାୟକ-କମ୍‌-ଖଳନାୟକ ବବି ମିଶ୍ର। ବବି ମିଶ୍ର ଏଣ୍ଟରଟେନମେଣ୍ଟ ବ୍ୟାନରରେ ଏହାର ଶୁଟିଂ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଓଡ଼ିଆ ସିନେମା ବିଷୟରେ ଆଦୌ ଅଭିଜ୍ଞତା ନ ଥାଇ ଜଣେ କିପରି ସିନେମା ନିର୍ଦ୍ଦେଶକ ହୋଇଛି ଏବଂ ସିନେମାଟିଏ ନିର୍ମାଣ କରିବା ପରେ ତାହାର ଅବସ୍ଥା କ’ଣ ହେଉଛି ତାହା ପରଦା ଉପରେ ଦେଖିବାକୁ ମିଳିବ। ନିରଞ୍ଜନ ବେହେରାଙ୍କ ନିର୍ଦ୍ଦେଶନାରେ ଏହାର ବିଭିନ୍ନ ଭୂମିକାରେ ଶ୍ରୀତମ୍‌ ଦାସ, ବବି ମିଶ୍ର, ପ୍ରଦ୍ୟୁମ୍ନ ଲେଙ୍କା, ରିୟା, ବିଜୁ ବଡଜେନା, ଇଲୁ ବାନାର୍ଜୀ, ସାତ୍ୟକି ମିଶ୍ର, ଦେବୁ ବ୍ରହ୍ମା ପ୍ରମୁଖ କଳାକାର ଅଭିନୟ କରିଛନ୍ତି। ଖାସ୍‌ କଥା ହେଲା, ଏଥିରେ ନାୟକ ସମ୍ବିତ ପ୍ରଥମ ଥର ପାଇଁ ନେଗେଟିଭ ଭୂମିକାରେ ଦେଖାଦେବେ। ଫିଲ୍ମର କାହାଣୀ, ଚିତ୍ରନାଟ୍ୟ, ସଂଳାପ ରଚନା ମଧ୍ୟ କରିଛନ୍ତି ନିରଞ୍ଜନ। ଅଭିଜିତ ମଜୁମଦାର ଗୀତଗୁଡିକୁ ସ୍ବର ଦେଇଛନ୍ତି। ତେବେ ଏପରି ଏକ ସିନେମା ଥିବା ମସଲା ଦର୍ଶକଙ୍କୁ କେତେ ପ୍ରଭାବିତ କରୁଛି ତାହା ଚିତ୍ରଟି ରିଲିଜ ହେବା ପରେ ହିଁ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri