ଫ୍ଲାଟ୍‌ ଦେଇ ନ ଥିବା ବିଲ୍ଡରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ

ନୂଆଦିଲ୍ଲୀ,୨୪-୭-ଘର କ୍ରେତାଙ୍କଠାରୁ ଅର୍ଥ ନେଇ ଠିକ୍‌ ସମୟରେ ଫ୍ଲାଟ୍‌ ପ୍ରଦାନ କରୁ ନ ଥିବା ବିଲ୍ଡରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ମଙ୍ଗଳବାର ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ଆମ୍ରପାଲି ଗ୍ରୁପ୍‌ ଦ୍ୱାରା ଘର କ୍ରେତାମାନଙ୍କୁ ଠକାଯାଇଥିବା ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜଷ୍ଟିସ୍‌ ଅମିତ ମିଶ୍ରା ଓ ୟୁ.ୟୁ.ଲଳିତଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି ଯେ, ଆମ୍ରପାଲିର ଫ୍ଲାଟ୍‌ କ୍ରେତାଙ୍କ ଭଳି ଦେଶର ବିଭିନ୍ନ ସ୍ଥାନରେ କ୍ରେତାମାନେ ସମଦଶା ଭୋଗୁଛନ୍ତି। ରିଏଲ ଇଷ୍ଟେଟ କମ୍ପାନୀଙ୍କ ଦ୍ୱାରା ଠକାମିର ଶିକାର ହେଉଥିବା ଫ୍ଲାଟ୍‌କ୍ରେତାଙ୍କୁ ରକ୍ଷା କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଆଗେଇ ଆସିବାକୁ ହେବ। କ୍ରେତାମାନେ ନିଜର କଷ୍ଟାର୍ଜିତ ଧନକୁ ଫ୍ଲାଟ୍‌ କିଣିବା ପାଇଁ ବିଲ୍ଡରଙ୍କୁ ଦେଇ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛନ୍ତି। ବିଲ୍ଡର ସେମାନଙ୍କ ଠାରୁ ଅର୍ଥ ନେଇ ଠିକ୍‌ ସମୟରେ ଫ୍ଲାଟ୍‌ ଦେଉନାହାନ୍ତି। କ୍ରେତାଙ୍କ ସ୍ବାର୍ଥ ରକ୍ଷା ଲାଗି ସରକାର ଆଗେଇ ଆସନ୍ତୁ ଏବଂ ଏଭଳି ବିଲ୍ଡରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଘର କିଣିବାର ସ୍ବପ୍ନ ଦେଖୁଥିବା କ୍ରେତା ଅଧିକାଂଶ ମଧ୍ୟବିତ୍ତ ଶ୍ରେଣୀର ହୋଇଥିବାରୁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ସେମାନଙ୍କର ସ୍ବାର୍ଥରକ୍ଷା କରିବା ଜରୁରୀ ବୋଲି ଖଣ୍ଡପୀଠ କହିଛନ୍ତି। ସୂଚନାଥାଉ କି, ସୁପ୍ରିମକୋର୍ଟ ଇତିପୂର୍ବେ ଜେପି ଆସୋସିଏଟ୍ସ, ୟୁନିଟେକ୍‌ ଲିମିଟେଡର ଫ୍ଲାଟ୍‌ କ୍ରେତାଙ୍କ ସପକ୍ଷରେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri